www.samajalive.in
Sunday, December 7, 2025
23.1 C
Bhubaneswar

ଘାଟିକିଆ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଯୁବକ ମୃତ

ଭୁବନେଶ୍ୱର: ଘାଟିକିଆ ରାସ୍ତାରେ ଘରୋଇ ବସ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଯୁବକଙ୍କ ମୃତ୍ୟୁ ପରେ ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ ପରେ ବ୍ୟବଚ୍ଛେଦ ପାଇଁ ପଠାଇଛି ଏବଂ ପରିସ୍ଥିତି ନିୟନ୍ତ୍ରଣ ପାଇଁ ଉଦ୍ୟମ ଜାରି ରଖିଥିବା ସୂଚନା ମିଳିଛି।

ଆଜି ଘାଟିକିଆ ରାସ୍ତାରେ ଜଣେ ଯୁବକକୁ ଏକ ଘରୋଇ ବସ ଧକ୍କା ଦେବା ଫଳରେ ତାଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା। ଯୁବକଙ୍କ ମୃତ୍ୟୁ ଖବର ପାଇବା ପରେ ଘଟଣାସ୍ଥଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା ଏବଂ ଉତ୍ତେଜନା ପ୍ରକାଶ ପାଇଥିଲା। ବେପରୁଆ ଗାଡ଼ି ଚାଳନା ଏବଂ କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଥିଲେ। ଫଳରେ ଉବହୁ ସମୟ ଧରି ଯାନବାହନ ଅଟକି ରହିଥିଲା।

- Advertisement -

ଦୁର୍ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା ଲାଗି ରହିଥିବାବେଳେ ପୁଲିସ ପରିସ୍ଥିତି ଉପରେ କଡ଼ା ନଜର ରଖିଛି ଏବଂ ଆନ୍ଦୋଳଜନକାରୀ ଲୋକଙ୍କୁ ବୁଝାସୁଝା କରୁଛି। ତେବେ ଘରୋଇ କଲେଜ ବସ କେଉଁ କାରଣରୁ ଦୁର୍ଘଟଣା ଘଟାଇଛି, ଫରେ ଜଣେ ଯୁବକଙ୍କ ଜୀବନ ଚାଲିଯାଇଛି ତାହାର ତଦନ୍ତ ଚାଲିଛି ବୋଲି ପୁଲିସ ସୂଚନା ଦେଇଛି।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories