www.samajalive.in
Monday, December 8, 2025
20.1 C
Bhubaneswar

ବସ୍-କାର୍‌ ଧକ୍କା, ଦୁଇ ମୃତ: ଘଟଣାସ୍ଥଳରେ ଉତ୍ତେଜନା

ଖୋର୍ଦ୍ଧା: ବୋଲଗଡ ବ୍ଲକ ୫୭ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କାର୍-ବସ୍ ମୁହାଁମୁହିଁ ଧକ୍କା ହୋଇଛି। ଏଥି​‌ରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। କାରରେ ସ୍ଵାମୀ ଏବଂ ସ୍ତ୍ରୀ ନୟାଗଡ ପଟୁ ଆସୁଥିବାବେଳେ ବିଶାକା ନାମକ ଏକ ଯାତ୍ରୀବାହୀ ବସ୍ କାର୍‌ ଟିକୁ ଧକ୍କା ଦେଇଥିଲା। ସକାଳ ପ୍ରାୟ ୭ଟା ସମୟରେ ଏହି ଦୁର୍ଘଟଣା ଘଟିଛି। କୁହୁଡି ପଡିଥିବା କାରଣରୁ ଏଭଳି ଅଘଟଣ ଘଟିଥାଇପାରେ ବୋଲି ଅନୁମାନ କରାଯାଉଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ଜଣାପଡିନାହିଁ। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ସେପଟେ ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ନଥିବାରୁ ଉତ୍ତେଜନା ପ୍ରକାଶ ପାଇବା ସହ ଉତ୍ତ୍ୟକ୍ତ ଲୋକେ ରାସ୍ତାରୋକ କରିଛନ୍ତି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories