www.samajalive.in
Sunday, December 7, 2025
26.1 C
Bhubaneswar

ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ନବଙ୍କ ପତ୍ନୀ

ଭୁବନେଶ୍ବର : ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାର ଖୋଳତାଡ଼ ଚାଲିଥିବାବେଳେ ଆଜି ତାଙ୍କ ପତ୍ନୀ ମିନତୀ ଦାସ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କୁ ସାକ୍ଷାତ କରିବା କାର୍ଯ୍ୟକ୍ରମ ରହିଛି। ଏହି ହତ୍ୟାକାଣ୍ଡ ଘଟଣାରେ ପୂର୍ବରୁ କ୍ରାଇମବ୍ରାଞ୍ଚ ତଦନ୍ତ ହୋଇଥିବାବେଳେ ବିଜେପି ସରକାର କ୍ଷମତାକୁ ଆସିବା ପରେ ଏହି ହତ୍ୟାକାଣ୍ଡର କ୍ରାଇମବ୍ରାଞ୍ଚ ତଦନ୍ତ ପୁଣି ଥରେ ଆରମ୍ଭ ହୋଇଛି। ପୁଣି ଥରେ ନବଙ୍କ ପରିବାର ସଦସ୍ୟଙ୍କ ବୟାନ ରେକର୍ଡ କରିଛି କ୍ରାଇମବ୍ରାଞ୍ଚ। ହତ୍ୟାକାଣ୍ଡ ପଛରେ ରାଜନୈତିକ ନା ବ୍ୟାବସାୟିକ ଷଡ଼ଯନ୍ତ୍ର ରହିଛି ସେସବୁର ଅନୁସନ୍ଧାନ ପାଇଁ ତଦନ୍ତ ପ୍ରକ୍ରିୟା ଆରମ୍ଭ କରିଛନ୍ତି ନୂଆ ସରକାର। ନବଙ୍କ ପତ୍ନୀ ଲିଖିତ ଭାବେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇବା ପରେ ଆଜି କ୍ରାଇମ୍‌ବ୍ରାଞ୍ଚର ଦୁଇ ଅଧିକାରୀ ନବଙ୍କ ଘରେ ପହଞ୍ଚି ତାଙ୍କ ପରିବାର ସଦସ୍ୟଙ୍କ ପୁଣି ଥରେ ବୟାନ ରେକର୍ଡ କରିଛନ୍ତି।
ଇତିମଧ୍ୟରେ ‌ଏ ସମ୍ପର୍କରେ ଆଲୋଚନା ପାଇଁ ନବଙ୍କ ପତ୍ନୀ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ସମୟ ମାଗିଥିଲେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ସମୟ ଦେଇଛନ୍ତି। ଆଜି ଅପରାହ୍ନ ୫ଟାରେ ମୁଖ୍ୟମନ୍ତ୍ରୀଙ୍କୁ ନବଙ୍କ ପତ୍ନୀ ଭେଟି ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି ବୋଲି ସୂଚନା ମିଳିଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories