www.samajalive.in
Friday, December 5, 2025
26.1 C
Bhubaneswar

ଆଜିଠୁ ମାଟ୍ରିକ୍‌ ଖାତାଦେଖା

କଟକ : ଆଜିଠୁ ମାଟ୍ରିକ୍‌ ପରୀକ୍ଷା ଖାତା ମୂଲ୍ୟାୟନ। ଏଥିଲାଗି ସମସ୍ତ ମୂଲ୍ୟାୟନ କେନ୍ଦ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସକାଳ ୧୦ ଟାରୁ ଖାତା ଦେଖା ଆରମ୍ଭ ହୋଇ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ। ମୂଲ୍ୟାୟନରେ ନିୟୋଜିତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଅନ୍ୟ କର୍ମଚାରୀମାନେ ଖାତା ଦେଖିବା ସମୟରେ ଉକ୍ତ କେନ୍ଦ୍ରର କ୍ୟାମ୍ପସ ବାହାରକୁ ଯାଇପାରିବେ ନାହିଁ। ଏଥିସହ ମୋବାଇଲ ପ୍ରବେଶ ଉପରେ କଟକଣା ଲଗାଯାଇଛି। କୌଣସି କେନ୍ଦ୍ରରେ ନିୟମ ଉଲ୍ଲଘଂନ ହେଉଥିବା ନଜର ଆସିଲେ କଡା କାର୍ଯ୍ୟାନୁଷ୍ଠାନ କରାଯିବ। ତ୍ରୁଟିଶୂନ୍ୟ ମୂଲ୍ୟାୟନ ଓ ସ୍ବଚ୍ଛତା କ୍ଷେତ୍ରରେ ସମସ୍ତ ପଦକ୍ଷେପ ନିଆଯାଇଥିବା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି। ପରୀକ୍ଷା ଖାତା ମୂଲ୍ୟାୟନ ଲାଗି ୧୧,୮୦୦ ଶିକ୍ଷକ-ଶିକ୍ଷୟିତ୍ରୀ ନିୟୋଜିତ ହୋଇଛନ୍ତି। ଖାତା ଦେଖାରେ ନିୟୋଜିତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଆଜି ସକାଳ ୧୦ା ସୁଦ୍ଧା ସେମାନଙ୍କୁ ଦାୟିତ୍ବ ଦିଆଯାଇଥିବା କେନ୍ଦ୍ରରେ ପହଞ୍ଚିବେ। ବିଭିନ୍ନ ଜିଲାରେ ଜିଲା ଶିକ୍ଷାଧିକାରୀ ମୂଲ୍ୟାୟନ ବ୍ୟବସ୍ଥାକୁ ପ୍ରତ୍ୟକ୍ଷଭାବେ ତଦାରଖ କରୁଛନ୍ତି। ଖାତାଦେଖା ଲାଗି ପ୍ରତ୍ୟେକ ୟୁନିଟ୍‌ରେ ଜଣେ ପ୍ରମୁଖ ନିରୀକ୍ଷକ, ଦୁଇଜଣ ଉପ ନିରୀକ୍ଷକ, ଦୁଇ ତଦାରଖକାରୀ, ତଦାରଖ ନିମନ୍ତେ ସମ୍ପୃକ୍ତ ବିଦ୍ୟାଳୟ ପ୍ରଧାନ ଶିକ୍ଷକଙ୍କୁ ସୁପରଭାଇଜର ନିୟୋଜିତ କରାଯାଇଥିବା ବେଳେ ବୋର୍ଡ ପକ୍ଷରୁ ଜଣେ କ୍ୟାମ୍ପ ଅଫିସର ଦାୟିତ୍ବରେ ରହିଛନ୍ତି। ଖରାକୁ ଦୃଷ୍ଟିରେ ରଖି ସମସ୍ତ ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ କେନ୍ଦ୍ର ଲାଗି ୧୦ରୁ ଅଧିକ ମୂଲ୍ୟାୟନକାରୀଙ୍କୁ ଅତିରିକ୍ତ ରଖାଯାଇଛି। ଆବଶ୍ୟକସ୍ଥଳେ ସେମାନେ ମୂଲ୍ୟାୟନ କରିବେ। ଅନ୍ୟପକ୍ଷେ ମୂଲ୍ୟାୟନକାରୀ ପ୍ରତ୍ୟେକ ସବ୍‌ଜେକ୍‌ଟିିଭ୍‌ ପ୍ରଶ୍ନର ନିର୍ଦ୍ଧିଷ୍ଟ ଏକ ଉତ୍ତର ହିସାବରେ ମୂଲ୍ୟାୟନ କରିବେ। ପ୍ରତିଦିନ ମୂଲ୍ୟାୟନ ପରେ ନମ୍ବର ଅନ୍‌ଲାଇନ୍‌ରେ ଅପ୍‌ଲେଡ କରାଯିବ। ଏଥିଲାଗି ବୋର୍ଡ ପକ୍ଷରୁ ୩୦୦ରୁ ଊର୍ଦ୍ଧ୍ବ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ନିୟୋଜିତ କରାଯାଇଛି। ନମ୍ବର ଏଣ୍ଟ୍ରି ସମୟରେ ଯେପରି ତ୍ରୁଟି ନ ରୁହେ, ଏଥିପ୍ରତି ଯତ୍ନବାନ ରହିବାକୁ ପରାମର୍ଶ ଦିଆଯାଇଛି। ପ୍ରାୟ ୧୨ରୁ ୧୫ ଦିନ ମଧ୍ୟରେ ମୂଲ୍ୟାୟନ ପ୍ରକ୍ରିୟା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଥିବା ବୋର୍ଡ ପକ୍ଷରୁ କୁହାଯାଇଛି।
ଚଳିତବର୍ଷ ରାଜ୍ୟର ମୋଟ ୫,୨୨,୩୩୬ ପରୀକ୍ଷାର୍ଥୀ ଦଶମ ବାର୍ଷିକ ପରୀକ୍ଷା ଦେବାକୁ ଫର୍ମପୂରଣ କରିଥିଲେ। ସେଥିମଧ୍ୟରୁ ୧୫ ହଜାରରୁ ଊର୍ଦ୍ଧ୍ବ ଅନୁପସ୍ଥିତ ଥିବା ଜଣାପଡ଼ିଛି।

Hot this week

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

Related Articles

Popular Categories