www.samajalive.in
Sunday, December 14, 2025
26.1 C
Bhubaneswar

ସ୍ବାସ୍ଥ୍ୟ ବିଭାଗର ଅଂଶୁଘାତ ସତର୍କତା

ଭୁବନେଶ୍ବର : ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପୂର୍ବରୁ ନିର୍ଦେଶନାମା ଜାରି କରାଯାଇଥିବାବେଳେ ଏବେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ରାଜ୍ୟର ସମସ୍ତ ସ୍ବାସ୍ଥ୍ୟକେନ୍ଦ୍ରକୁ ପ୍ରସ୍ତୁତ ରହିବାକୁ କୁହାଯାଇଛି। ଏହାସହିତ ଅତି ଜରୁରୀ କାମ ନଥିଲେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ବିଶେଷକରି ପୂର୍ବାହ୍ଣ ୧୧ରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ଖରାରେ କାମ ବନ୍ଦ ରଖିବାକୁ କୁହାଯାଇଛି। ସମସ୍ତ ଜିଲା ମୁଖ୍ୟ ଚିକିତ୍ସାଳୟ ସହ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଶୀତତାପ ନିୟନ୍ତ୍ରିତ କକ୍ଷ ସହିତ ଶଯ୍ୟା, ଔଷଧ ଆଦି ପ୍ରସ୍ତୁତ ରଖିବାକୁ ନିର୍ଦେଶ ରହିଛି। ଟାଣ ଖରାରେ ପଦାକୁ ନବାହାରିବା ସହିତ କଠିନ ପରିଶ୍ରମ ନକରିବାକୁ କୁହାଯାଇଛି। ହାଲିଆ ବା ଦୁର୍ବଳ ଅନୁଭବ କରନ୍ତି ତେବେ ନିକଟସ୍ଥ ଡାକ୍ତରଖାନାରେ ପରାମର୍ଶ କରିବାକୁ ସୂଚନା ଦିଆଯାଇଛି।

Hot this week

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

Related Articles

Popular Categories