www.samajalive.in
Sunday, December 7, 2025
14.1 C
Bhubaneswar

ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁଁ ଚାଲିପାରିଲାନି ଗୃହ, ୧୨ଟା ଯାଏଁ ମୁଲତବି ରଖିଲେ ବାଚସ୍ପତି

ଭୁବନେଶ୍ୱର: ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁଁ ଗୃହ ଚାଲିପାରିଲାନାହିଁ। ଫଳରେ ବାଚସ୍ପତି ମଧ୍ୟାହ୍ନ ୧୨ଟା ଯାଏଁ ଗୃହକୁ ମୁଲତବି ରଖିବା ନେଇ ଘୋଷଣା କରିଛନ୍ତି। ଆଜି ବିଧାନସଭା ଆରମ୍ଭହେବା ପରେ ଆରମ୍ଭରୁ ହଟ୍ଟଗୋଳ ହୋଇଥିଲା। ଗୃହରେ ବିରୋଧୀ ଦଳର ବିଧାୟକମାନେ ହୋହଲ୍ଲା କରିଥିଲେ।

ବିଧାନସଭା ଆରମ୍ଭ ହେବା ପରଠାରୁ କଂଗ୍ରେସ ପ୍ରତିବାଦ କରିଥିଲା। ନାରୀ ସୁରକ୍ଷା ପ୍ରସଙ୍ଗରେ କଂଗ୍ରେସ ନାରାବାଜି ସହ ହୋହଲ୍ଲା କରିଥିଲା। ପ୍ରବଳ ହଟ୍ଟଗୋଳ ଯୋଗୁଁ ଗୃହ ଚାଲିପାରିଲା ନାହିଁ। ଫଳରେ ବାଚସ୍ପତି ମଧ୍ୟାହ୍ନ ୧୨ଟା ଯାଏଁ ଗୃହକୁ ମୁଲତବି ରଖିବା ନେଇ ଘୋଷଣ କରିଥିଲେ। ନାରୀ ସୁରକ୍ଷା ଦାବିରେ କଂଗ୍ରେସ ପକ୍ଷରୁ ବିଧାନସଭା ପରିସରରେ ପ୍ରତିବାଦ କରିଥିଲା। ଏହାପରେ ଗାନ୍ଧିମୂର୍ତ୍ତି ତଳେ କଂଗ୍ରେସ ବିଧାୟକମାନେ ଧାରଣାରେ ବସିଥିଲେ।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories