www.samajalive.in
Sunday, December 14, 2025
26.1 C
Bhubaneswar

ନାରୀ ସୁରକ୍ଷା ନେଇ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ: ଅପରାହ୍ଣ ୪ଟା ଯାଏଁ ଗୃହକାର୍ଯ୍ୟ ମୁଲତବି

ଭୁବନେଶ୍ବର: ଅପରାହ୍ଣ ୪ଟା ଯାଏଁ ଗୃହକାର୍ଯ୍ୟକୁ ମୁଲତବି । ନାରୀ ସୁରକ୍ଷା ନେଇ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ। କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ ଯୋଗୁଁଁ ବାରମ୍ବାର ଗୃହ ମୁଲତବି ହୋଇଛି। ଶୂନ୍ୟକାଳରେ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁଁ ଅପରାହ୍ଣ ୪ଟା ଯାଏଁ ବାଚସ୍ପତି ବିଧାନସଭାକୁ ମୁଲତବି ରଖିଛନ୍ତି। । ମୁଖ୍ୟମନ୍ତ୍ରୀଙ୍କ ବିବୃତି ଦାବି କରି କଂଗ୍ରେସର ପ୍ରତିବାଦ କରିଥିବାବେଳେ ଗୃହ ମଧ୍ୟଭାଗକୁ ଆସି କଂଗ୍ରେସ ସଦସ୍ୟଙ୍କ ନାରାବାଜି ପ୍ରଦର୍ଶନ କରିଥିଲା।

ବିଧାନସଭା ବଜେଟ ଅଧିବେଶନର ଆଜିର ପ୍ରଶ୍ନ ଉତ୍ତର କାଳ ଅରମ୍ଭରୁ ଗୃହରେ ହଟ୍ଟଗୋଳ ଦେଖାଦେଇଥିଲା । ନାରୀ ସୁରକ୍ଷା ନେଇ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ଦାବି କରି କଂଗ୍ରେସ ସଦସ୍ୟ ଗୃହ ମଧ୍ୟଭାଗକୁ ଆସି ପ୍ରତିବାଦ କରିଛନ୍ତି । ନାରୀଙ୍କ ସୁରକ୍ଷା ଦାବିରେ କଂଗ୍ରେସ ବିଧାୟକମାନେ ଗୃହ ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ । ନାରୀ ସୁରକ୍ଷା ପାଇଁ ଗୃହ କମିଟି ଦାବି ଦୋହରାଇଛି କଂଗ୍ରେସ । ପ୍ରବଳ ହଟ୍ଟଗୋଳ ଯୋଗୁଁ ବାଚସ୍ପତି ଗୃହ କାର୍ଯ୍ୟକୁ ଦିନ ୧୨ଟା ଯାଏ ମୁଲତବି ରଖିଥିଲେ । ଏହାପରେ ପୁଣି ଥିରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା। କିନ୍ତୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ଗୃହ କାର୍ଯ୍ୟ ଚାଲିପାରିନଥିଲା। ଫଳରେ ବାଚସ୍ପତି ପୁଣି ଥରେ ଗୃହ କାର୍ଯ୍ରକୁ ଅପରାହ୍ଣ ୪ଟା ଯାଏଁ ମୁଲତବି ​ଘୋଷଣା କରିଥିଲେ।

Hot this week

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

Related Articles

Popular Categories