www.samajalive.in
Monday, December 8, 2025
17.1 C
Bhubaneswar

ଦ୍ବାଦଶ ଶ୍ରେଣୀ ପରୀକ୍ଷା ପରିଚାଳନାରେ ଅନିୟମିତତା, ସାଆନ୍ଦା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିଚାଳକ ବରଖାସ୍ତ

କାମାକ୍ଷାନଗର: କାମାକ୍ଷାନଗର ଉପଖଣ୍ଡର ସାଆନ୍ଦା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚଳିତ ଯୁକ୍ତ ଦ୍ବାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଅସାଧୁ ଉପାୟରେ ପରୀକ୍ଷା ହେଉଥିବା ଅଭିଯୋଗ ହୋଇଛି। ଅଭିଯୋଗ ପାଇବା ପରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପରିଷଦ ପକ୍ଷରୁ ସାଆନ୍ଦା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରୀକ୍ଷା ପରିଚାଳକଙ୍କୁ ବରଖାସ୍ତ କରାଯାଇ ନୂତନ ପରିଚାଳକଙ୍କୁ ନିଯୁକ୍ତ କରାଯାଇଛି।

ସାଆନ୍ଦା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚଳିତବର୍ଷ ଦ୍ବାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଚାଲିଥିବା ବେଳେ ବ୍ୟାପକ ଅନିୟମିତତା ସହିତ କପି ହେଉଥିବାର ଅଭିଯୋଗ ହୋଇଥିଲା। ଏହି ଅଭିଯୋଗ କ୍ରମେ ପରିଷଦ ପକ୍ଷରୁ ଯାଞ୍ଚ ପାଇଁ ସ୍ବତନ୍ତ୍ର ସ୍କ୍ବାର୍ଡ ପଠାଇ ଥିବା ବେଳେ ପ୍ରଶାସନିକ ସ୍ତରରେ ମଧ୍ୟ ବ୍ୟାପକ ପଦକ୍ଷେପ ନିଆଯାଇଥିଲା। ହେଲେ ଏଥିରେ କୌଣସି ସୁଧାର ନଆସିବାରୁ ସ୍ଥାନୀୟ ବୁଦ୍ଧିଜୀବୀ, ଅଭିଵାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା।
ପରବର୍ତ୍ତି ସମୟରେ ପରିଷଦ ପକ୍ଷରୁ ଦାୟିତ୍ୱରେ ଥିବା ପରିଚାଳକ ଶିଶିର ଦେହୁରୀଙ୍କୁ ବରଖାସ୍ତ କରାଯାଇ କାମାକ୍ଷାନଗର ମହାବିଦ୍ୟାଳୟର ଇଂରାଜୀ ବିଭାଗ ମୁଖ୍ୟ ଅଧ୍ୟାପକ ଜ୍ଞାନ ରଞ୍ଜନ ମିଶ୍ରଙ୍କୁ ପରିଚାଳକ ଦାୟିତ୍ୱ ଦିଆଯାଇଛି। ଫଳରେ ସାଧାରଣରେ ଆଶ୍ବସ୍ତି ପ୍ରକାଶ ପାଇଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories