www.samajalive.in
Sunday, December 14, 2025
16.1 C
Bhubaneswar

ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବଙ୍କ ପରିବାର, ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ ପାଇଁ ଭରସା ଦେଲେ ମୋହନ

ସମାଜ ଡିଜିଟାଲ ଡେସ୍କ: ନବ ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ନବଙ୍କ ପରିବାର। ନବଙ୍କ ସ୍ତ୍ରୀ ମିନତି ଦାସ, ଝିଅ ଦିପାଳୀ ଦାସ, ପୁଅ ବିଶାଳ ଦାସ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ଏହି ମାମଲାର ନିରପେକ୍ଷ ତଦନ୍ତ କରାଇବା ଲାଗି ପରିବାର ସଦସ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ପ୍ରକୃତ ଦୋଷୀକୁ ଧରାଯାଇ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ ସେମାନଙ୍କୁ ଭରସା ଦେଇଛନ୍ତି।

ସ୍ୱର୍ଗତ ଦାସଙ୍କ ସ୍ତ୍ରୀ ମୀନତି ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ତାଙ୍କ ସ୍ୱାମୀଙ୍କ ହତ୍ୟାକାଣ୍ଡର ତଦନ୍ତ ସମ୍ପର୍କରେ ଆଲୋଚନା କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଯେଉଁଭଳି ଭାବେ ଏହି ଘଟଣା ଘଟିଲା ତାହା ଅତ୍ୟନ୍ତ ଦୁଃଖଦ ଓ ନିନ୍ଦନୀୟ। ଏହି ଘଟଣାରେ ସରକାର ସବୁ ଦିଗକୁ ପୁଣି ଥରେ ତନ୍ନ ତନ୍ନ କରି ପରୀକ୍ଷା କରିବେ ଏବଂ ପ୍ରକୃତ ଦୋଷୀକୁ ଖୋଜି ବାହାର କରିବେ। ଆଇନର ମର୍ଯ୍ୟାଦା ମଧ୍ୟରେ ଦୋଷୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଭରସା ଦେଇଥିଲେ।

- Advertisement -

ମିନତିଙ୍କୁ ତଦନ୍ତକାରୀ ସଂସ୍ଥାକୁ ସହଯୋଗ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସେ ଯେକୌଣସି ସମୟରେ ତାଙ୍କୁ ବ୍ୟକ୍ତିଗତ ଭାବେ ଏ ସମ୍ପର୍କରେ ଅବଗତ କରାଇପାରିବେ। ସେ ନିଜେ ଓ ତାଙ୍କ ସରକାର ନ୍ୟାୟ ସପକ୍ଷରେ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ବ୍ୟକ୍ତିଗତ ଭାବେ ଭେଟି ଏହି ଆଲୋଚନା କରିଥିବାରୁ ଏବଂ ତାଙ୍କୁ ନ୍ୟାୟ ମିଳିବାର ଭରସା ଦେଇଥିବାରୁ ମିନତି ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories