www.samajalive.in
Sunday, December 14, 2025
19.1 C
Bhubaneswar

ପ୍ରଥମରୁ ପଞ୍ଚମ ଶ୍ରେଣୀ ପିଲାଙ୍କୁ ମିଳିବ ଯାଦୁପେଡ଼ି: ଶିକ୍ଷକଙ୍କୁ ସହାୟକ ପୁସ୍ତିକା ଓ ପିଲାଙ୍କୁ ଦିଆଯିବ କାର୍ଯ୍ୟ ପୁସ୍ତିକା

ଭୁବନେଶ୍ବର : ରାଜ୍ୟ ସରକାର ୨୦୨୫-୨୬ ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତି-୨୦୨୦କୁ ପର୍ଯ୍ୟାୟକ୍ରମେ କାର୍ଯ୍ୟକାରୀ କରିବେ। ସବୁ ପ୍ରାଥମିକ ବିଦ୍ୟାଳୟରେ ଗୋଟିଏ ଲେଖାଏଁ ଅତିରିକ୍ତ ପ୍ରାକ୍ ପ୍ରାଥମିକ ଶ୍ରେଣୀ ବା ‘ଶିଶୁ ବାଟିକା’ ଖୋଲାଯିବାକୁ ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ୫ରୁ ୬ ବର୍ଷ ବୟସର ପିଲାଙ୍କୁ ପ୍ରାକ୍-ବିଦ୍ୟାଳୟ ଶିକ୍ଷା ବା ଶିଶୁ ବାଟିକା ପାଇଁ ନାମଲେଖା ଓ ୨୦୨୫-୨୦୨୬ ଶିକ୍ଷାବର୍ଷରୁ ପ୍ରଥମ ଶ୍ରେଣୀ ପାଇଁ ନାମଲେଖା ବୟସକୁ ୬ ବର୍ଷ କିମ୍ବା ତଦୂର୍ଦ୍ଧ୍ବ ବର୍ଷ ବୋଲି ଘୋଷଣା କରାଯାଇଛି। ଯାଦୁଇ ପିଟାରାକୁ ଏନସିଇଆରଟି ଦ୍ୱାରା ଜାତୀୟ ପାଠ୍ୟକ୍ରମ ଢାଞ୍ଚାରେ ବିକଶିତ କରାଯାଇଛି। ରାଜ୍ୟରେ ପ୍ରତ୍ୟେକ ଡିଆଇଇଟି ଦ୍ୱାରା ଯାଦୁପେଡ଼ି ସାମଗ୍ରୀ ବିକଶିତ କରାଯାଇଛି। ପିଟାରାରେ ଛାତ୍ରଛାତ୍ରୀଙ୍କ ପାଇଁ ଖେଳନା, ପଜଲ୍, କବିତା ପୋଷ୍ଟର, ଗପ କାର୍ଡ, ଚିତ୍ର କାର୍ଡ, ଶିକ୍ଷକ ତାରା, ଅଭିଭାବକ ତାରା ସଂଖ୍ୟାଜ୍ଞାନ ପାଇଁ ଶିକ୍ଷଣ ସାମଗ୍ରୀ କିଟ୍ ଇତ୍ୟାଦି ରହିଛି। ଏହାକୁ ଶିକ୍ଷକ ଓ ଅଭିଭାବକ, ଛାତ୍ରଛାତ୍ରୀ ବ୍ୟବହାର କରିବେ। ରାଜ୍ୟ ପ୍ରତ୍ୟେକ ପ୍ରାଥମିକ ବିଦ୍ୟାଳୟକୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ଯାଦୁପେଡ଼ି ଦିଆଯିବ। ଏସ୍‌ସିଇଆରଟି ଏକ ତାଲିମ ମଡ୍ୟୁଲ୍ ‘ପ୍ରୟୋଗ’ ବିକଶିତ କରିଛି। ଏଥିରେ ଯାଦୁପେଡ଼ି ସାମଗ୍ରୀର ବ୍ୟବହାର ଉପରେ ତାଲିମ ଦିଆଯିବ। ସମସ୍ତ ଶିକ୍ଷକଙ୍କୁ ଇ-ଯାଦୁଇ ପିଟାରା ମୋବାଇଲ୍ ଆପ୍ ଡାଉନଲୋଡ୍ କରିବାକୁ ଏବଂ ଖେଳଭିତ୍ତିକ ଶିକ୍ଷା ସୁନିଶ୍ଚିତ କରିବାକୁ ନିର୍ଦେଶ ଦିଆଯାଇଛି। ସେହିପରି ଶିକ୍ଷକ ଶିକ୍ଷା ନିର୍ଦେଶାଳୟ ଓ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ ତରଫରୁ ପିଲାଙ୍କ ପାଇଁ କାର୍ଯ୍ୟ ପୁସ୍ତିକା ଓ ଶିକ୍ଷକଙ୍କ ପାଇଁ ଶିକ୍ଷକ ସହାୟକ ପୁସ୍ତିକା ପ୍ରସ୍ତୁତ କରାଯାଇଛି। ବିଦ୍ୟାଳୟରେ ଏହା ବଣ୍ଟନ କରିବାକୁ ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ ପ୍ରାଥମିକ ବିଦ୍ୟାଳୟରୁ ଜଣେ ଶିକ୍ଷକଙ୍କୁ ଶିଶୁ ବାଟିକା ଶ୍ରେଣୀ ପାଇଁ ତାଲିମ ଦିଆଯାଇଛି। ଓଡ଼ିଶା ସରକାର ଆଗାମୀ ଶିକ୍ଷାବର୍ଷ ୨୦୨୬-୨୦୨୭ ମଧ୍ୟରେ ଜାତୀୟ ପାଠ୍ୟକ୍ରମ ଅନୁସାରେ ଏନସିଇଆରଟି ଦ୍ୱାରା ପ୍ରସ୍ତୁତ ପୁସ୍ତକ ସହିତ ସମାନ୍ତରାଳ ଭାବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନୂତନ ପାଠ୍ୟପୁସ୍ତକ ପ୍ରଚଳନ କରିବାକୁ ଯୋଜନା କରିଥିବା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ଓଡ଼ିଶା ସରକାର ଉନ୍ନୟନ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ଟାସ୍କଫୋର୍ସ ଗଠନ କରିଥିଲେ। ବର୍ତ୍ତମାନ ଭୋପାଳର ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ନିତ୍ୟାନନ୍ଦ ପ୍ରଧାନଙ୍କ ଅଧ୍ୟକ୍ଷତାରେ ରାଜ୍ୟ ଷ୍ଟିୟରିଂ କମିଟି ଗଠନ କରାଯାଇଛି। ଏହି ଷ୍ଟିୟରିଂ କମିଟି ସ୍ଥାନୀୟ ପରିପ୍ରେକ୍ଷୀରେ ଜାତୀୟ ପାଠ୍ୟକ୍ରମ ରୂପରେଖ ଅନୁସାରେ ରାଜ୍ୟ ପାଠ୍ୟକ୍ରମ ରୂପରେଖ ପ୍ରସ୍ତୁତ କରିବ। ଏହାକୁ ଆଗକୁ ନେବା ପାଇଁ କମିଟି ପୂର୍ବରୁ ୩ଟି ବୈଠକ କରିସାରିଛି ଏବଂ ଚତୁର୍ଥ ବୈଠକ ୨୬ରୁ ୩୦ ମାର୍ଚ୍ଚ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିସହ ପାଠ୍ୟକ୍ରମ ଏବଂ ପାଠ୍ୟପୁସ୍ତକ ସମୀକ୍ଷା ପାଇଁ ଏକ ରାଜ୍ୟସ୍ତରୀୟ କମିଟି ଗଠନ ନିମନ୍ତେ ରାଜ୍ୟ ସରକାର ବିଚାର କରୁଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ ଯେ, ଏପ୍ରିଲ ୨ ତାରିଖରୁ ରାଜ୍ୟର ସମସ୍ତ ବିଦ୍ୟାଳୟରେ ଶିଶୁ ବାଟିକା ଶ୍ରେଣୀ ଓ ପ୍ରଥମ ଶ୍ରେଣୀ ପାଇଁ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ ଦିବସ ପାଳନ କରାଯିବ। ଏଥିପାଇଁ ଯୋଗ୍ୟ ବିବେଚିତ ପରିବାରକୁ ଜିଲା ପ୍ରଶାସନ ଦ୍ବାରା ମୁଖ୍ୟମନ୍ତ୍ରୀଙ୍କ ସ୍ବାକ୍ଷରିତ ନିମନ୍ତ୍ରଣ ପତ୍ର ବଣ୍ଟନ କରାଯାଉଛି। ଏହି ଉତ୍ସବକୁ ପ୍ରତ୍ୟେକ ବିଦ୍ୟାଳୟରେ ଚାରିଦିନ ବ୍ୟାପୀ ବିଭିନ୍ନ କାର୍ଯ୍ୟ ମାଧ୍ୟମରେ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories