www.samajalive.in
Sunday, December 14, 2025
26.1 C
Bhubaneswar

୧୨ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ଵର: ଆଜି ବି ସମ୍ପୂର୍ଣ୍ଣ ଚାଲିପାରିଲାନି ବିଧାନସଭା ପ୍ରଶ୍ନକାଳ। ବିରୋଧୀ କଂଗ୍ରେସ ସଦସ୍ୟଙ୍କର ହୋହାଲ୍ଲା ଯୋଗୁଁ ଗୃହକୁ ଦିନ ୧୨ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି। ଆଜି ଦିବଙ୍ଗତ ବିଧାୟକ ଦେବରାଜ ସେଠ୍ ଙ୍କ  ବିୟୋଗରେ ଶୋକ ପ୍ରସ୍ତାବରୁ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା। ତେବେ ଶୋକ ପ୍ରସ୍ତାବ ପରେ ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ରକେ ନାରୀ ନିର୍ଯ୍ୟାତନା​‌ ପ୍ରସଙ୍ଗକୁ ନେଇ କଂଗ୍ରେସ ସଦସ୍ୟମାନେ ହୋହାଲ୍ଲା କରିଥିଲେ। ବାଚସ୍ପତିଙ୍କ ପୋଡିୟମ୍ ନିକଟକୁ ଆସି ସେମାନେ ହ୍ବିସିଲ୍ ମାରି ପ୍ରତିବାଦ ଜଣାଇଥିଲେ। ନାରି ନିର୍ଯ୍ୟାତନା ପ୍ରସଙ୍ଗରେ ଗୃହ କମିଟି ଗଠନ ଦାବି କରିଥିଲେ କଂଗ୍ରେସ ବିଧାୟକ ମାନେ । ଏହା ଭିତରେ ପ୍ରଶ୍ନକାଳ ଜାରି ରହିଥିଲା। ତେବେ ବାଚସ୍ପତି କଂଗ୍ରେସ ସଦସ୍ୟଙ୍କୁ ହ୍ବିସିଲ୍  ମାରିବାରୁ ବିରତ ରହିବାକୁ ମଧ୍ୟ ଅନୁରୋଧ କରିଥିଲେ। ହେଲେ କୌଣସି ସୁଫଳ ନମିଳିବାରୁ ବାଚସ୍ପତି ଦିନ ୧୨ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories