www.samajalive.in
Sunday, December 14, 2025
15.1 C
Bhubaneswar

ଅନ୍ଧାରରେ ୩ ଗାଁ, ଗ୍ରାମବାସୀଙ୍କ ରାସ୍ତା ଅବରୋଧ 

କାମାକ୍ଷାନଗର : କାମାକ୍ଷାନଗର ଉପଖଣ୍ଡର କମର -ପଙ୍ଗାତିରା ପୂର୍ତ୍ତ ବିଭାଗ ରାସ୍ତାର ଜାମୁନାଳି ଗାଁ ନିକଟରେ ବିଦ୍ୟୁତ୍ ସମସ୍ୟାକୁ ନେଇ ରାସ୍ତାରୋକ କଲେ ଶତାଧିକ ମହିଳା ଓ ପୁରୁଷ। ପ୍ରାୟ ୫ଦିନ ହେବ ୧୧କେଭି ବିଦ୍ୟୁତ୍ ଖୁଣ୍ଟି ଭାଙ୍ଗି ଯାଇଥିବାରୁ ବରକଟା, ଜାମୁନାଳି, ମୁଣ୍ଡିଆରଗୁଡ଼ି ଗାଁର ଲୋକମାନେ ବିଦ୍ୟୁତ୍ ସେବାରୁ ବଞ୍ଚିତ ରହିଛନ୍ତି ।ଏ ନେଇ ଗ୍ରାମବାସୀ ମାନେ ବିଦ୍ୟୁତ୍ ବିଭାଗ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ସୁଦ୍ଧା କୌଣସି ସୁଫଳ ମିଳି ପାରିନଥିଲା। ଯାହାକୁ ନେଇ ତିନି ଗାଁର ବାସିନ୍ଦା କମର-ପଙ୍ଗାତିରା ମୁଖ୍ୟ ରାସ୍ତାକୁ ଅବରୋଧ କରିଛନ୍ତି । ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଯାନବାହାନ ଅଟକ ରହିବା ସହ ଯାତାୟାତ ସମ୍ପୂର୍ଣ ଠପ୍ ହୋଇଥିଲା । ପ୍ରାୟ ଦୁଇ ଘଣ୍ଟା ରାସ୍ତା ଅବରୋଧ ପରେ ପରଜଙ୍ଗ ପୁଲିସ ଏବଂ ବିଭାଗୀୟ ଅଧିକାରୀ ପହଞ୍ଚି ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକ ପ୍ରତ୍ୟାହୃତ ହୋଇଥିଲା।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories