www.samajalive.in
Monday, December 15, 2025
24.1 C
Bhubaneswar

ଟାଟା ଷ୍ଟିଲ କାରଖାନାରେ ଦୁର୍ଘଟଣା, ୮ ଶ୍ରମିକ ଆହତ

ସମାଜ ଡିଜିଟାଲ ଡେସ୍କ: ଯାଜପୁର ଜିଲା କଳିଙ୍ଗନଗରରେ ଥିବା ଟାଟା ଷ୍ଟିଲ କାରଖାନାରେ ଅଘଟଣ ଘଟିଛି। ଶୁକ୍ରବାର କାରଖାନାର ଷ୍ଟିଲ ମେଲଟିଂ ସପ୍‌ରେ ବିସ୍ଫୋରଣ ଘଟିବାରୁ ୮ରୁ ଅଧିକ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ଟାଟା ଷ୍ଟିଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ କିପରି ଏବଂ କେଉଁ ପରିସ୍ଥିତିରେ ଦୁର୍ଘଟଣା ଘଟିଲା ତାହା ଜଣାପଡ଼ିନାହିଁ।

ଏହି ଦୁର୍ଘଟଣାରେ ୯ ଜଣ ଆହତ ହୋଇଥିବା ବେଳେ ସେମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଟାଟା ଷ୍ଟିଲ ମେଡିକାଲ ହସ୍ପିଟାଲକୁ ନିଆଯାଇଥିଲା ଏବଂ ସେମାନଙ୍କ ମଧ୍ୟରୁ ଜଣେ ପ୍ରାଥମିକ ଚିକିତ୍ସା ପରେ ଡାକ୍ତରଖାନାରୁ ଡିସଚାର୍ଜ ହୋଇ ଘରକୁ ଫେରିଛନ୍ତି ।

- Advertisement -

ଡାକ୍ତରୀ ଦଳ ଏବେ ଆହତ ବ୍ୟକ୍ତିମାନଙ୍କ ଚିକିତ୍ସା କରୁଛନ୍ତି ଏବଂ ସମସ୍ତେ ବର୍ତ୍ତମାନ ବିପଦମୁକ୍ତ ଅଛନ୍ତି ବୋଲି   ଡାକ୍ତର ପ୍ରକାଶ କରିଛନ୍ତି । ସେମାନଙ୍କୁ ଭଲ ଚିକିତ୍ସା ସୁବିଧା ପ୍ରଦାନ କରିବାକୁ   ପ୍ରତିଶ୍ରୁତିବଦ୍ଧ ଏବଂ ସେମାନଙ୍କର ଆଶୁ ଆରୋଗ୍ୟ ସୁନିଶ୍ଚିତ କରିବା ପାଇଁ ସମସ୍ତ ଆବଶ୍ୟକ ପ୍ରୟାସ କରାଯାଉଛି ବୋଲି ଟାଟା ପକ୍ଷରୁ କୁହାଯାଇଛି ।

Hot this week

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

Related Articles

Popular Categories