www.samajalive.in
Sunday, December 14, 2025
15.1 C
Bhubaneswar

ଜାତୀୟ ସଙ୍ଗୀତକୁ ଅସମ୍ମାନ କଲେ ନୀତୀଶ

ପାଟନା: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଜାତୀୟ ସଙ୍ଗୀତକୁ ଅସମ୍ମାନ କରିଛନ୍ତି। ଏକ କ୍ରୀଡା କାର୍ଯ୍ୟକ୍ରମରେ ଜାତୀୟ ସଙ୍ଗୀତ ଗାନ କରାଯାଉଥିବାବେଳେ ନୀତୀଶ ସାବ୍‌ଧାନ ସ୍ଥିତିରେ ରହିବା ପରିବର୍ତ୍ତେ ଏପଟ ସେପଟ ହେଉଥିବା ଦେଖାଯାଇଛି। ଜାତୀୟ ସଙ୍ଗୀତକୁ ନୀତୀଶ ଅସମ୍ମାନ କରିବା ସମ୍ପର୍କିତ ଭିଡିଓ ସାମାଜିକ ଗଣମାଧ୍ୟମରେ ପ୍ରସାରିତ ହୋଇଛି। ଏହାକୁ ନେଇ ବିରୋଧୀ ଆରଜେଡି ନୀତୀଶଙ୍କ ଠାରୁ କ୍ଷମା ପ୍ରାର୍ଥନା ଦାବି କରିଛି। ବିରୋଧୀ ଦଳ ନେତା ତେଜସ୍ବୀ ଯାଦବ କହିଛନ୍ତି ଯେ ନୀତୀଶ ମାନସିକସ୍ଥିତିକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ନୀତୀଶ ଜାତୀୟ ସଙ୍ଗୀତକୁ ଅସମ୍ମାନ କରିବା ଘଟଣାକୁ ବିରୋଧୀ ଦଳ ସଦସ୍ୟମାନେ ବିଧାନସଭାରେ ଉଠାଇଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories