www.samajalive.in
Sunday, December 7, 2025
18.1 C
Bhubaneswar

ବୁଧବାର ଶପଥ ନେବେ ମୁଖ୍ୟ ବିଚାରପତି

କଟକ : ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ହରିଶ ଟଣ୍ଡନ୍‌ ବୁଧବାର ଶପଥ ଗ୍ରହଣ କରିବେ। ହାଇକୋର୍ଟ ପରିସରରେ ପୂର୍ବାହ୍ଣ ୧୦ଟାରେ ଆୟୋଜନ ହେବାକୁ ଥିବା ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଜ୍ୟପାଳ ହରିବାବୁ କମ୍ଭମ ପାଟି ଜଷ୍ଟିସ ଟଣ୍ଡନ୍‌ଙ୍କୁ ଶପଥପାଠ କରାଇବେ ବୋଲି ବିଶ୍ବସ୍ତ ସୂତ୍ରରୁ ଜଣାପଡ଼ିଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀଙ୍କ ସହ ହାଇକୋର୍ଟର ବିଚାରପତି, ବିଚାର ବିଭାଗୀୟ ଅଧିକାରୀ ଏବଂ ଆଇନଜୀବୀମାନେ ଯୋଗଦେବେ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ ଯେ, ଶୁକ୍ରବାର ସୁପ୍ରିମ୍‌କୋର୍ଟ କଲେଜିୟମ କରିଥିବା ଜଷ୍ଟିସ ଟଣ୍ଡନ୍‌ଙ୍କ ନିଯୁକ୍ତି ସୁପାରିସ ଉପରେ ରାଷ୍ଟ୍ରପତି ମୋହର ଲଗାଇଥିଲେ। ଜଷ୍ଟିସ ହରିଶ ଟଣ୍ଡନ୍‌ କଲକାତା ହାଇକୋର୍ଟର ବିଚାରପତି ଭାବେ ଦାୟିତ୍ବ ନିର୍ବାହ କରୁଛନ୍ତି। ୨୦୧୦ ଏପ୍ରିଲ ୧୩ରେ କଲକାତା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories