www.samajalive.in
Sunday, December 7, 2025
23.1 C
Bhubaneswar

୧୨ଟା ଯାଏଁ ବିଧାନସଭା ମୁଲତବୀ

ଭୁବନେଶ୍ୱର : ବିଧାନସଭାର ଶେଷ ଦିନରେ ମଧ୍ୟ ଗୃହରେ ଅଚଳାବସ୍ଥା ଦେଖିବାକୁ ମିଳିଛି । ଶୁକ୍ରବାର ବିଧାନସଭାରେ ଅଧିବେଶନ ଆରମ୍ଭ ହେବା ମାତ୍ରେ ଉଭୟ ବିରୋଧୀ ଓ ଶାସକ ଦଳର ବିଧାୟକମାନେ ଗୃହରେ ହଟ୍ଟଗୋଳ କରିଥିଲେ । ବେକାରୀ ନିଯୁକ୍ତି ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ଗୃହରେ ହୋହାଲ୍ଲା କରିଥିଲେ । ସେହିପରି କେନ୍ଦ୍ରୀୟ ଅବହେଳା ପ୍ରସଙ୍ଗକୁ ଆଧାର କରି ଶାସକ ଦଳର ବିଧାୟକମାନେ ଗୃହରେ ହଟ୍ଟଗୋଳ କରିଥିଲେ । ଫଳରେ ଗୃହକୁ ପ୍ରଥମେ ସାଢେ ୧୧ଟା ଓ ପରେ ୧୨ଟା ଯାଏଁ ମୁଲତବୀ ଘୋଷଣା କରାଯାଇଥିଲା । ଗୃହକୁ ସ୍ବାଭାବିକ କରିବା ପାଇଁ ବାଚସ୍ପତି ପ୍ରଦୀପ କୁମାର ଅମାତ ସର୍ବଦଳୀୟ ବୈଠକ ଡକାଇଛନ୍ତି ।

ଗୃହ ମୁଲତବୀ ପରେ ବିଜେଡି ବିଧାୟକମାନେ ରାଜ୍ୟପାଳଙ୍କୁ ଭେଟିବା ପାଇଁ ରାଜଭବନ ଅଭିମୁଖେ ଯାତ୍ରା କରିଛନ୍ତି । ରାଜ୍ୟପାଳ ଗଣେଶୀ ଲାଲ୍‌ଙ୍କୁ ଭେଟି କେନ୍ଦ୍ରୀୟ ଅବହେଳା ଓ ନିଯୁକ୍ତି ପ୍ରସଙ୍ଗରେ ବିଜେଡି ବିଧାୟକମାନେ ସ୍ମାରକ ପତ୍ର ପ୍ରଦାନ କରିବେ ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories