www.samajalive.in
Friday, December 12, 2025
14.1 C
Bhubaneswar

ଛତୁଆ ଖାଇ ଦୁଇ ଶିଶୁ କନ୍ୟା ମୃତ୍ୟୁ ଘଟଣା: ତଦନ୍ତ ଆରମ୍ଭ

ମୋହନା: ଛତୁଆ ଖାଇ ଦୁଇ ଶିଶୁ କନ୍ୟାଙ୍କ ମୃତ୍ୟୁ ଘଟଣା।  ତଦନ୍ତ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ୩ ଜଣିଆ ଟିମ୍ ଗଠନ କରାଯାଇଛି। ଏହି ଟିମ୍  ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିଥିବା ଜଣାପଡିଛି। ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳ ଏବଂ ଜିଲ୍ଲା ମଙ୍ଗଳ ଅଧିକାରୀ ପ୍ରମୂଖ ଆର୍‌ ଉଦୟଗିରି ବ୍ଲକ ରାମଗିରି ଗାଁକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି। ପରେ ଦୁଇ ଶିଶୁଙ୍କ ମୃତ୍ୟୁ ନେଇ ଏହି ଟିମ୍ ଜିଲ୍ଲାପାଳଙ୍କୁ ରିପୋର୍ଟ ଦେବ। ଗତକାଲି ଛତୁଆ ଖାଇ ୨ ଶିଶୁ କନ୍ୟାଙ୍କ ମୃତ୍ୟୁ ଘଟିଥିବାବେଳେ ପରିବାରର ଅନ୍ୟ ୨ ଜଣ ଅସୁସ୍ଥ ହୋଇପଡ଼ିଥିଲେ। ତୁରନ୍ତ ସେମାନଙ୍କୁ ଉଦ୍ଧାର କରାଯାଇ ରାମଗିରି ପ୍ରାଥମିକ ଚିକିତ୍ସା କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସାଧୀନ ଅବସ୍ଥାରେ ଦୁଇ ଶିଶୁ କନ୍ୟାଙ୍କର ମୃତ୍ୟୁ ଘଟିଥିଲା। ସେପଟେ ଛତୁଆ ନୁହେଁ ଅଟା ଏବଂ ବେସନ ମିକ୍ସ କରି ଖାଇବା ଯୋଗୁଁ ତାଙ୍କର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଥିବା କହିଛନ୍ତି ଗଜପତି ଜିଲ୍ଲାପାଳ।

Hot this week

ଜାନୁଆରୀ ୩୧ ରୁ ଓସିଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା

କଟକ : ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ଓଡ଼ିଶା...

ସଜାଡ଼ିବାକୁ ଉଦ୍ୟମ : ମୋକିମ୍‌

କଟକ : ବାରବାଟୀ କଟକର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଚିଠିକୁ...

ଓଡ଼ିଶା ହେବ ଜବରଦଖଲମୁକ୍ତ

ଭୁବନେଶ୍ବର: ଓଡ଼ିଶାକୁ ଜବରଦଖଲମୁକ୍ତ କରିବାକୁ ରାଜସ୍ବ ବିଭାଗ ଅଣ୍ଟା ଭିଡ଼ିଛି। ବିଭାଗସ୍ତରରେ...

୬ ରାଜ୍ୟରେ ଏସ୍‌ଆଇଆର୍‌ ସମୟସୀମା ବୃଦ୍ଧି

ନୂଆଦିଲ୍ଲୀ: ନିର୍ବାଚନ କମିଶନ (ଇସି)ଙ୍କ ତରଫରୁ ଗୁରୁବାର ପାଞ୍ଚ ରାଜ୍ୟ ଓ...

କଂଗ୍ରେସ ହାଇକମାଣ୍ଡଙ୍କ ନିଷ୍ପତ୍ତିକୁ ଅପେକ୍ଷା

ଭୁବନେଶ୍ବର : ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଚିଠିକୁ ନେଇ ରାଜ୍ୟ...

Related Articles

Popular Categories