www.samajalive.in
Sunday, December 7, 2025
15.1 C
Bhubaneswar

ଏସ୍‌ସିବିରେ ଶିଶୁ ବଦଳ ମାମଲା: ଅଧୀକ୍ଷକଙ୍କୁ ଜବାବ ଦାଖଲ ନିର୍ଦେଶ

କଟକ : ଏସ୍‌ସିବି ମେଡିକାଲରେ ଶିଶୁ ବଦଳକୁ ନେଇ ରୁଜୁ ମାମଲାରେ ମେଡିକାଲ ଅଧୀକ୍ଷକଙ୍କୁ ଜବାବ ଦାଖଲ ଲାଗି ହାଇକୋର୍ଟ ନିର୍ଦେଶ ଦେଇଛନ୍ତି। ଏପ୍ରିଲ ୨ସୁଦ୍ଧା ଅଧୀକ୍ଷକ ଜବାବ ରଖିବା ନେଇ ହାଇକୋର୍ଟ ଆଦେଶରେ ସ୍ପଷ୍ଟ କରିଛନ୍ତି। ରତନା ବେହେରାଙ୍କ ପକ୍ଷରୁ ଆଗତ ମାମଲାର ଶୁଣାଣି କରି ବଚାରପତି ସଞ୍ଜୀବ କୁମାର ପାଣିଗ୍ରାହୀ ଏହି ନିର୍ଦେଶ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଏପ୍ରିଲ ୨କୁ ଧାର୍ଯ୍ୟ ହୋଇଛି। ୨୦୨୫ ଫେବୃଆରୀ ୧୦ରେ ଆବେଦନକାରୀଙ୍କ ପତ୍ନୀ ପ୍ରସବ ନିମନ୍ତେ ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଭର୍ତ୍ତି ହୋଇଥିଲେ। ୧୧ତାରିଖ ସକାଳ ୯ଟାରେ ତାଙ୍କର ଏକ ଶିଶୁ କନ୍ୟା ଜନ୍ମ ନେଇଥିଲା। ଜନ୍ମ ସମୟରେ ଶିଶୁ କନ୍ୟା ସୁସ୍ଥ ଥିଲା। ପରିବାର ଲୋକେ ଶିଶୁ କନ୍ୟାର ଫଟୋ ଉଠାଇଥିଲେ। କିଛି ସମୟ ପରେ ଶିଶୁ କନ୍ୟା ଅସୁସ୍ଥ ଥିବା ଦର୍ଶାଇ ଡାକ୍ତର ଆଇସିୟୁରେ ଭର୍ତ୍ତି କରିବା ସହ ଶିଶୁର ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା କହିଥିଲେ। ୧୨ ତାରିଖ ସକାଳେ ଶିଶୁ କନ୍ୟାର ଜେଜେମା ଦେଖିବାକୁ ଆଇସିୟୁକୁ ଯାଇଥିଲେ। ଡାକ୍ତରଖାନା କର୍ମଚାରୀ ଶିଶୁ କନ୍ୟାକୁ ମୃତ ଦର୍ଶାଇବା ସହ ତତ୍‌କ୍ଷଣାତ୍‌ ଶବ ହସ୍ତାନ୍ତର କରିଥିଲେ। ଏଥିସହ ମହାନଦୀ ପଠାରେ ଶବ ସତ୍କାର ଲାଗି କୁହାଯାଇଥିଲା। ଶିଶୁକନ୍ୟାକୁ କପଡ଼ାରେ ଗୁଡ଼ାଯାଇଥିଲା। ଶିଶୁକୁ ପୋତିବା ସମୟରେ ମୁହଁ ଦେଖିବା ପରେ ଏହା ତାଙ୍କ ଶିଶୁ କନ୍ୟା ନୁହେଁ ବୋଲି ଜାଣିବାକୁ ପାଇଥିଲେ। କିଛି ସମୟ ପରେ ସନ୍ଦେହ ଜାତ ହେବାରୁ ସେ ବାଲି ଖୋଳି ଦେଖିଥିଲେ ହେଲେ ସେଠାରେ କେବଳ କପଡା ମିଳିଥିଲା। ଏସ୍‌ସିବିରେ ତାଙ୍କ ଶିଶୁ ବଦଳ କରାଯାଇଥିବା ନେଇ ମେଡିକାଲ ଅଧୀକ୍ଷକଙ୍କ ନିକଟରେ ଅଭିଯୋଗ କରିଥିଲେ ମାତ୍ର କୌଣସି ସୁଫଳ ମିଳି ନଥିଲା। ପରେ ମଙ୍ଗଳାବାଗ ଥାନାଧିକାରୀ, ଡିସିପି ଓ କଟକ ଜିଲାପାଳଙ୍କ ନିକଟରେ ଆବେଦନକାରୀ ଅଭିଯୋଗ ଜଣାଇଥିଲେ; ହେଲେ କୌଣସି ସୁଫଳ ମିଳିନଥିଲା। ଏଣୁ ଆବେଦନକାରୀ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଅଦାଲତ ମାମଲାକୁ ବିଚାର ନିମନ୍ତେ ଗ୍ରହଣ କରି ସମସ୍ତ ପ୍ରତିପକ୍ଷଙ୍କୁ ନୋଟିସ୍‌ ଜାରି କରିଛନ୍ତି। ଏଥିସହ ଏସ୍‌ସିବି ମେଡିକାଲ ଅଧୀକ୍ଷକଙ୍କୁ ଜବାବ ଦାଖଲ ଲାଗି ନିର୍ଦେଶ ଦେଇଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories