www.samajalive.in
Sunday, December 7, 2025
26.1 C
Bhubaneswar

ଜଙ୍ଗଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଲାଙ୍ଗୀର: ଜଙ୍ଗଲରୁ ଯୁବକଙ୍କ ମୃତଦେହ ଉଦ୍ଧାର। ବଲାଙ୍ଗୀର ଜିଲ୍ଲା ସଦର ଥାନା ଡୁମେରଝରନ୍ ଗାଁ ନିକଟ ଜଙ୍ଗରେ ଅଭାବନୀୟ ଘଟଣା ଘଟିଛି। ଜଙ୍ଗଲରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି।  ବର୍ତ୍ତମାନ ପର୍ଯ୍ୟନ୍ତ ମୃତ ଯୁବକଙ୍କ ପରିଚୟ ମିଳିନଥିବାବେଳେ ଶରୀରରେ ଅନେକ କ୍ଷତ ଚିହ୍ନ ଥିବା ଦେଖିବାକୁ ମିଳିଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ପୁଲିସ୍ ର ପ୍ରାଥମିକ ତଦନ୍ତରୁ ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମିଳିଥିବା ସୂଚନା ଅନୁଯାୟୀ ମୃତ ଯୁବକ ଜଣଙ୍କ ଗତକାଲିଠାରୁ ଘରୁ କେଉଁଆଡେ ଯାଇ ଫେରିନଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ । ମାତ୍ର କିଛି ସୁଫଳ ମିଳିନଥିଲା। ଆଜି ଜଙ୍ଗଲରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories