www.samajalive.in
Saturday, December 6, 2025
15.1 C
Bhubaneswar

ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା

ଭୁବନେଶ୍ଵର: କାମାକ୍ଷାନଗର ରେକୁଳା ଗାଁରେ ଦୁର୍ଘଟଣାରେ ୩ ମୃତ ଘଟଣା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହ ଅନୁକମ୍ପା ରାଶି ଘୋଷଣା କରିଛନ୍ତି।  ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ସୂଚନା ଅନୁସାରେ ଆଜି ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ରେକୁଳା ଗାଁ ନିକଟରେ ଏକ ପିଚୁ ଗାଡି ସହ ହାଇଓ୍ବା ଧକ୍କା ହୋଇଥିଲା। ଏଥିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି। ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଠିକା ସଂସ୍ଥାର ଅବହେଳାରୁ ଏଭଳି ଅଘଟଣ ଘଟିଥିବା ଅଭିଯୋଗ ହୋଇଛି। ଉତ୍ତ୍ୟକ୍ତ ଲୋକେ ଘଟଣାସ୍ଥଳରେ ଟାୟାର ଜାଳି ରାସ୍ତାରୋକ କରିଥିବା ଦେଖିବାକୁ ମିଳିଛି। ଫଳରେ ଢେଙ୍କାନାଳ-କାମାକ୍ଷାନଗର ମୁଖ୍ୟ ରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଥିଲା। ତେବେ ଆଜି ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories