www.samajalive.in
Wednesday, December 10, 2025
16.1 C
Bhubaneswar

ବିଧାୟକ ତାରାପ୍ରସାଦ ବାହିନୀପତି ଏବଂ ରମେଶ ଜେନା ଗୃହରୁ ନିଲମ୍ବିତ

ଭୁବନେଶ୍ଵର: କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ଏବଂ ରମେଶ ଜେନା ବିଧାନସଭାରୁ ନିଲମ୍ବିତ ହୋଇଛନ୍ତି। ବୁଧବାର ଉଭୟ ବିଧାୟକଙ୍କୁ ୭ ଦିନ ପାଇଁ ଗୃହରୁ ନିଲମ୍ବନ କରିଛନ୍ତି ବାଚସ୍ପତି ସୁରମା ପାଢୀ। ବିଶୃଙ୍ଖଳିତ ଆଚରଣ ପାଇଁ ଉଭୟ ନିଲମ୍ବିତ ହୋଇଛନ୍ତି। ବାଚସ୍ପତିଙ୍କ ତାଗିଦ୍ ସତ୍ବେ ବିଧାୟକ ତାରା ବାହିନୀପତି ଏବଂ ରମେଶ ଜେନା ପ୍ରଶ୍ନକାଳ ସମୟରେ ଗୃହରେ ଘଣ୍ଟ ପିଟି ପ୍ରତିବାଦ କରିଥିଲେ।

ସୂଚନାଯୋଗ୍ୟ, ଗତକାଲି ୧୨ ଜଣ ବିଧାୟକ ନିଲମ୍ବିତ ହୋଇଥିବାବେଳେ ଆଜି ୨ ବିଧାୟକଙ୍କୁ ମିଶାଇ କଂଗ୍ରେସର ସମସ୍ତ ୧୪ ବିଧାୟକଙ୍କୁ ଗୃହରୁ ନିଲମ୍ବନ କରାଯାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories