www.samajalive.in
Monday, December 8, 2025
16.1 C
Bhubaneswar

ରାଜଧାନୀରେ କଂଗ୍ରେସର ରଣହୁଙ୍କାର, ବିଧାନସଭା ଅଭିମୁଖେ ଅଗ୍ରସର ହଜାର ହଜାର ନେତା ଓ କର୍ମୀ

ଭୁବନେଶ୍ଵର: ରାଜଧାନୀରେ ଗର୍ଜୁଛି କଂଗ୍ରେସ। ନାରୀ ନିର୍ଯାତନା ବୃଦ୍ଧି ପ୍ରତିବାଦରେ ବିଧାନସଭା ଘେରାଉ ପାଇଁ କଂଗ୍ରେସର ପଦଯାତ୍ରା ଆରମ୍ଭ ହୋଇଛି। ରାମମନ୍ଦିର ଛକରୁ ପଦଯାତ୍ରା ବାହାରି ବିଧାନସଭା ଅଭିମୁଖେ ଅଗ୍ରସର ହେଉଛି। ହଜାର ହଜାର ସଂଖ୍ୟକ କଂଗ୍ରେସ ନେତା ଓ କର୍ମୀ ଶୋଭାଯାତ୍ରାରେ ସାମିଲ ହୋଇଛନ୍ତି। ଅପରପକ୍ଷେ କଂଗ୍ରେସର ବିଧାନସଭା ଘେରାଉକ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ଵରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ରାଜଧାନୀର ସବୁ ଗୁରୁତ୍ଵପୂର୍ଣ୍ଣ ଛକ ଏବଂ ମୁଖ୍ୟ ରାସ୍ତାରେ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି। ସୁରକ୍ଷା ପାଇଁ ମୋଟ୍ ୮୦ ପ୍ଲାଟୁନ୍ ପୁଲିସ୍ ଫୋର୍ସ ମୁତୟନ କରାଯାଇଛି। ଯେପରି କୌଣସି ଅପ୍ରୀତିକର ପରିସ୍ଥିତି ନ ଘଟେ, ସେଥିପ୍ରତି ସୁରକ୍ଷାକର୍ମୀମାନେ ସମ୍ପୂର୍ଣ୍ଣ ସଜାଗ ରହିଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories