www.samajalive.in
Sunday, December 7, 2025
23.1 C
Bhubaneswar

ନବମ ଶ୍ରେଣୀ ଛାତ୍ରୀ ମୃତ୍ୟୁ ଘଟଣା: ହଷ୍ଟେଲ ଛାଡିଲେ ୧୭୦ ଅନ୍ତେବାସୀ, ବହିରୁ ମିଳିଲା ସୁଇସାଇଡ୍ ନୋଟ୍

ବାରିପଦା : ଉଦଳା ଅନ୍ବେଷା ହଷ୍ଟେଲରେ ୯ମ ଶ୍ରେଣୀ ଛାତ୍ରୀ ମୃତ୍ୟୁ ଘଟଣା।  ବିଳମ୍ବିତ ରାତିରେ ହଷ୍ଟେଲ ଛାଡିଲେ ୧୭୦ ଅନ୍ତେବାସୀ। ସୂଚନା ଅନୁସାରେ ଗତକାଲି ହଷ୍ଟେଲରେ ଅଭିଭାବକ ବୈଠକ ଥିବାବେଳେ ପରିବାର ଲୋକ ମମଧ୍ୟ ସେହି ବୈଠକକୁ ଆସିଥିଲେ। ଅପରାହ୍ନରେ ଝିଅ ସହ କଥା ହୋଇ ଘରକୁ ଫେରିଥିଲେ। ମାତ୍ର ସନ୍ଧ୍ୟାରେ ପ୍ରାର୍ଥନା ସମୟରେ ଛାତ୍ରୀ ଜଣକ ଅନୁପସ୍ଥିତ ରହିଥିଲେ। ବହୁ ଖୋଜାଖୋଜି ପରେ ତୃତୀୟ ମହଲାରୁ ଝୁଲନ୍ତା ଅବସ୍ଥାରେ ଅନ୍ବେଷାଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ପରେ ପୁଲିସକୁ ଖବର ଦେବା ପରେ ଘଟଣାସ୍ଥଳରେ ପହଞ୍ଚି ଖୋଳତାଡ ଜାରି ରଖିଥିଲା। ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଜଣାପଡିନଥିବାବେଳେ ମୃତ ଛାତ୍ରୀଙ୍କ ବହିରୁ ଏକ ସୁଇସାଇଡ୍ ନୋଟ୍ ମିଳିଥିବା ସୂଚନା ମିଳିଛି।  ସେପଟେ ଘଟଣା ଘଟିବା ବିଳମ୍ବିତ ରାତି ରେ ୧୭୦ ଅନ୍ତେବାସୀ ହଷ୍ଟେଲ ଛାଡିଦେଇଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories