www.samajalive.in
Sunday, December 7, 2025
26.1 C
Bhubaneswar

୩୮.୮ ଡିଗ୍ରୀ ସହ ସମ୍ବଲପୁର ସବୁଠୁ ଉତ୍ତପ୍ତ ସହର: ୬ ଜିଲ୍ଲାକୁ ସତର୍କତା

ଭୁବନେଶ୍ଵର: କାଳବୈଶାଖୀ ବର୍ଷା ପରେ ରାଜ୍ୟକୁ ତାତି ଲେଉଟିଛି। ଦିନକୁ ଦିନ ତାତି ବଢିବାରେ ଲାଗିଛି। ଭୀଷ ଖରାରେ ଜନଜୀବନ ପୁରା ଅସ୍ତବ୍ୟସ୍ତ ହୋଇପଡିଛି। ଶୁକ୍ରବାର ରାଜ୍ୟର ୧୬ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିବାବେଳେ ଆଜି ୧୧ଟା ୩୦ ସୁଦ୍ଧା ୩୮ ଟପିଛି ତାପମାତ୍ରା। ୩୮.୮ ଡିଗ୍ରୀ ସହ ସମ୍ବଲପୁର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଝାରସୁଗୁଡା ୩୮, ହୀରାକୁଦ ୩୭.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆହୁରି ଦୁଇରୁ ତିନି ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ। ଗ୍ରୀଷ୍ମ ପ୍ରବାହକୁ ଆଖି ଆଗରେ ରଖି ସମ୍ବଲପୁର, ଝାରସୁଗୁଡା, ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି ଆଦି ୬ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories