www.samajalive.in
Sunday, December 14, 2025
14.1 C
Bhubaneswar

୩ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସାମ୍ବାଦିକ

ଭୁବନେଶ୍ୱର: କାର୍ଯ୍ୟରତ ସାମ୍ବାଦିକଙ୍କୁ ଅବସର ଗ୍ରହଣ ପରେ ପେନ୍‌ସନ୍ ପ୍ରଦାନ, ଗୋପବନ୍ଧୁ ସ୍ବାସ୍ଥ୍ୟବୀମା ଯୋଜନାରେ ୨ଲକ୍ଷରୁ ୫ଲକ୍ଷ ଟଙ୍କାକୁ ବୃଦ୍ଧି ଏବଂ ସାମ୍ବାଦିକଙ୍କ ଉପରେ ହେଉଥିବା ଆକ୍ରମଣକୁ ରୋକିବା ଦିଗରେ କଠୋର ଆଇନ ପ୍ରଣୟନ କରିବା ପାଇଁ ସାମ୍ବାଦିକମାନେ ଦାବି କରିଛନ୍ତି। ଗୁରୁବାର ଅପରାହ୍ଣରେ ବିଧାନସଭାରେ ସାମ୍ବାଦିକଙ୍କ ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିବା ସହ ଏଥିରେ ତାଙ୍କର ହସ୍ତକ୍ଷେପ ଲୋଡ଼ିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କ ଏହି ୩ ଦଫା ଦାବିପତ୍ର ଗ୍ରହଣ କରିବା ସହିତ ଖୁବ୍‌ଶୀଘ୍ର ସରକାର ଏହା ଉପରେ ବିଚାର କରିବେ ବୋଲି ଜଣାଇଛନ୍ତି। କେଉଁ କେଉଁ ରାଜ୍ୟରେ ସାମ୍ବାଦିକଙ୍କ ପାଇଁ ପେନସନ୍ ଲାଗୁ ହୋଇଛି ଏବଂ ସୁରକ୍ଷା ପାଇଁ କେଉଁ ପ୍ରକାର ଆଇନ୍ ପ୍ରଣୟନ କରାଯାଇଛି ସେ ନେଇ ସାମ୍ବାଦିକମାନେ ମୁଖ୍ୟମନ୍ତ୍ରୀଙ୍କୁ ସହ ଆଲୋଚନା କରିଥିଲେ। ଏହା ପୂର୍ବରୁ ବାଚସ୍ପତି ପ୍ରଦୀପ ଅମାତ, ବିରୋଧୀ ଦଳ ନେତା ନରସିଂହ ମିଶ୍ର, ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ପ୍ରତାପ କୁମାର ଜେନା, ସରକାରୀ ମୁଖ୍ୟ ସଚେତକ ଅମରପ୍ରସାଦ ଶତପଥୀ, ବିଜେପି ବିଧାୟକ ଦଳ ନେତା କନକ ବର୍ଦ୍ଧନ ସିଂଦେଓଙ୍କୁ ଭେଟି ଆଲୋଚନା କରାଯାଇଛି।

Hot this week

ସାମ୍ସ ପୋର୍ଟାଲରେ ଅପ୍‌ଡେଟ୍ ହେଉନି ଉପସ୍ଥାନ

ଖିଲାପୀ ତାଲିକାରେ ୨ ହଜାରରୁ ଊର୍ଦ୍ଧ୍ବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭୁବନେଶ୍ବର :...

ଅଧିନାୟକ-ଉପଅଧିନାୟକଙ୍କ ଖରାପ ପ୍ରଦର୍ଶନ; ୧୫ ଇନିଂସରେ ୫୦ଛୁଇଁ ନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

ମହାନଦୀ ପ୍ରସଙ୍ଗରେ ରାଜନୀତି ସରଗରମ

୨୨ରେ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ରାଜ୍ୟ ସରକାର ଆଭିମୁଖ୍ୟ ସ୍ପଷ୍ଟ...

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

Related Articles

Popular Categories