www.samajalive.in
Monday, December 8, 2025
13.1 C
Bhubaneswar

ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୨୦୩୧ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ

ଫୁଲବାଣୀ :କନ୍ଧମାଳ ଜିଲାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଶୁଭାରମ୍ଭ ଅବସରରେ ୨୦୩୧ ଜଣ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିବା ବେଳେ ଫୁଲବାଣୀ କରୋନେସନ ପଡ଼ିଆ ଠାରେ ଅନୁଷ୍ଠିତ ଜିଲା ସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଫୁଲବାଣୀ ବିଧାୟକ ଉମା ଚରଣ ମଲିକ, ଜି.ଉଦୟଗିରି ନିର୍ବାଚନ ମଣ୍ଡଳିର ପୂର୍ବତନ ବିଧାୟିକା ଅଜୟନ୍ତି ପ୍ରଧାନ, ଫୁଲବାଣୀ ବ୍ଳକ ଅଧ୍ୟକ୍ଷା ସସ୍ମିତା କହଁର , ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶମ୍ଭୁନାଥ ନନ୍ଦୀ , ଉପଜିଲାପାଳ ଭିକାରି ସାହୁ , ଉପାଧ୍ୟକ୍ଷା ଶ୍ରୀନିବାସ କହଁର ପ୍ରମୁଖ ଯୋଗଦେଇ ଉଦ୍ବୋଧନ ଦେଇଥିଲେ।

ଫୁଲବାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୌମ୍ୟ ରଂଜନ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲା ପରିଷଦର ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ନରେନ୍ଦ୍ର କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିବା ବେଳେ ଏହି କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ୯୩ ଜଣ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିଲା।

Hot this week

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

Related Articles

Popular Categories