www.samajalive.in
Saturday, December 6, 2025
14.1 C
Bhubaneswar

ଆଜିଠୁ ରାଜ୍ୟରେ କମିବ ତାତି ! ଦକ୍ଷିଣ ଓଡିଶାରେ ହାଲୁକା ବର୍ଷା ସମ୍ଭାବନା

ଭୁବନେଶ୍ବର : ଆଜିଠୁ ରାଜ୍ୟରେ କମିବ ତାତି। ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ତାପମାତ୍ରା ୨ରୁ ୩ ଡିଗ୍ରୀ କମିବା ନେଇ ସୂଚନା ମିଳିଛି। ରବିବାର ୮ ସ୍ଥାନରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ୪୧.୮ ଡିଗ୍ରୀ ସହ  ବୌଦ୍ଧ ସବୁଠୁ ଉତ୍ତପ୍ତ ସ୍ଥାନ ପାଲଟିଥିଲା। ସେପଟେ ଆସନ୍ତା ୨ ତାରିଖରୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୨ରୁ ୫ ତାରିଖ ଯାଏ ଦକ୍ଷିଣ ଓଡିଶାର ବିଭିନ୍ନ ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ୨ ତାରିଖରେ କୋରାପୁଟ ଏବଂ ମାଲକାନଗିରିର କିଛି ସ୍ଥାନରେ ସ୍ଵଳ୍ପ ବର୍ଷା ହୋଇପାରେ। ସେହିପରି ୩ ତାରିଖରେ କୋରାପୁଟ , ମାଲକାନଗିରି, ରାୟଗଡା, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାରେ ସ୍ଵଳ୍ପ ବର୍ଷା ହେବାର ସମ୍ଭାବନା ରହିଛି। ୪ ତାରିଖରେ କୋରାପୁଟ, ମାଲକାନଗିରି , ରାୟଗଡା, ନବରଙ୍ଗପୁର , କଳାହାଣ୍ଡି ଏବଂ ଗଜପତି ଜିଲ୍ଲାରେ ବର୍ଷା ହେବ। ୫ ତାରିଖରେ ଦକ୍ଷିଣ ଓଡିଶା ସମେତ ଉପକୂଳ ଓଡିଶାର କିଛି ସ୍ଥାନରେ ବର୍ଷା ହୋଇପାରେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories