www.samajalive.in
Saturday, December 6, 2025
23.1 C
Bhubaneswar

ଆଜି ମହାପ୍ରଭୁଙ୍କର ଖସାପଡା ଲାଗି ନୀତି: ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ : ଆଜି ଚୈତ୍ର ମାସ ଶୁକ୍ଳପକ୍ଷ ଦ୍ବିତୀୟା ତିଥିରେ ଶ୍ରୀଜୀଉମାନଙ୍କର ଖସାପଡ଼ା ନୀତି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଶ୍ରୀମନ୍ଦିରରେ ଅପରାହ୍ଣ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ପ୍ରାୟ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ମୁତାବକ, ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ଦଇତାପତି ସେବକମାନେ ରତ୍ନସିଂହାସନ ଉପରେ ୪ଘଣ୍ଟା ମହାପ୍ରଭୁଙ୍କ ଏହି ଗୁପ୍ତନୀତି ସମ୍ପାଦନ କରିବେ। ଏହି ନୀତିରେ ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡ଼ାରେ ଘୋଡ଼ାଇ ଦିଆଯାଏ। ବର୍ଷରେ ଦୁଇରୁ ତିନିଥର ଏହି ନୀତି ସମ୍ପାଦନ କରାଯାଇଥାଏ। ଦେବସ୍ନାନ ପୂର୍ଣ୍ଣମୀ ଓ ଶ୍ରୀଗୁଣ୍ଡିଚା ଯାତ୍ରା ଆଦିରେ ମହାପ୍ରଭୁଙ୍କ ପହଣ୍ଡି ପୂର୍ବରୁ ଖସାପଡ଼ା ନୀତି କରାଯାଇଥାଏ। ଆଜି ଖସାପଡ଼ା ନୀତି ଅନୁଷ୍ଠିତ ହେବ ବୋଲି ଦଇତାପତି ସେବାୟତମାନେ ସୂଚନା ଦେଇଛନ୍ତି। ଏହି ନୀତି ପାଇଁ ରତ୍ନଭଣ୍ଡାର ମରାମତି ଏବଂ ସଂରକ୍ଷଣ ଆଜିଠୁ ଏପ୍ରିଲ ୩ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories