www.samajalive.in
Friday, December 12, 2025
23.1 C
Bhubaneswar

ରାଜଧାନୀରେ ପୁଣି ବୁଲିଲା ଖଣ୍ଡା, ୨ ଯୁବକ ଗୁରୁତର

ଭୁବନେଶ୍ୱର: ରାଜଧାନୀରେ ପୁଣି ବୁଲିଲା ଖଣ୍ଡା, ୨ ଯୁବକ ଗୁରୁତର। କମେଣ୍ଟ ମରା ଓ ପୂର୍ବ ଶତ୍ରୁତାରୁ ୨ଜଣ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିବା ସୂଚନା ମିଳିଛି। କିଛି ଯୁବକ ଖଣ୍ଡଗିରି ଥାନା ପାତ୍ରପଡ଼ାରେ ୨ ଯୁବକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରି ଖଣ୍ଡାରେ ହାଣି ପକାଇଛନ୍ତି। ସେମାନଙ୍କୁ ଗୁରୁତର ଭାବେ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି।

ଏହି ଆକ୍ରମଣରେ ଗୁରୁତର ହୋଇଥିବା ୨ଜଣ ଯୁବକଙ୍କୁ ଭୁବନେଶ୍ୱର ଏମ୍‌‌ସରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଖବର ପାଇ ଖଣ୍ଡଗିରି ପୁଲିସ ଘଟଣାସ୍ଥଳ ପରିଦର୍ଶନ ସହ ଛାନଭିନ କରିଛି। କମେଣ୍ଟ ମରା ଓ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ଜଣ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିବା ପୁଲିସ ପ୍ରାଥମିକ ତଦନ୍ତରୁ ଜାଣିପାରିଛି। ତେବେ ଅଭିଯୁକ୍ତମାନଙ୍କୁ ଗିରଫ ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ସହ ତଦନ୍ତ ପ୍ରକ୍ରିୟା ଜାରି ରହିଛି ବୋଲି ଖଣ୍ଡଗିରି ପୁଲିସ ସୂଚନା ଦେଇଛି।

Hot this week

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

Related Articles

Popular Categories