www.samajalive.in
Tuesday, December 9, 2025
23.1 C
Bhubaneswar

୪ରେ ବ୍ୟାଙ୍କକ୍‌ ଯିବେ ପ୍ରଧାନମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ବେ ଅଫ୍‌ ବେଙ୍ଗଲ ଇନିସିଏଟିଭ ଫର ମଲ୍ଟି ସେକ୍ଟୋରାଲ ଟେକ୍ନିକାଲ ଆଣ୍ଡ ଇକୋନୋମିକ କୋଅପରେସନ(ବିମଷ୍ଟେକ) ଶିଖର ସମ୍ମେଳନ ଆସନ୍ତା ୪ ତାରିଖରୁ ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକରେ ଆୟୋଜିତ ହେବ। ଏହି ସମ୍ମିଳନୀ ପୂର୍ବରୁ ୨ ତାରିଖରେ ବରିଷ୍ଠ ଅଧିକାରୀଙ୍କ ବୈଠକ ଏବଂ ୩ ତାରିଖରେ ବିଦେଶ ମନ୍ତ୍ରୀମାନଙ୍କ ବୈଠକ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବି ସମ୍ମିଳନୀରେ ସାମିଲ ହେବା ଲାଗି ଗୁରୁବାର ବ୍ୟାଙ୍କକ ଗସ୍ତରେ ଯିବେ।

ପୂର୍ବ ସମ୍ମିଳନୀ ୨୦୨୨ ମାର୍ଚ୍ଚ ୩୦ରେ କଲୋମ୍ବୋରେ ଆୟୋଜିତ ହୋଇଥିଲା। ୩ ବର୍ଷ ପରେ ହେବାକୁ ଥିବା ଏହି ସମ୍ମିଳନୀର ଚଳିତ ବିଷୟବସ୍ତୁ ରହିଛି ‘ସମୃଦ୍ଧ, ସ୍ଥିର ଏବଂ ମୁକ୍ତ ବିମଷ୍ଟେକ’, ଯାହା ଆଞ୍ଚଳିକ ଏକତ୍ରୀକରଣ ଏବଂ ଆର୍ଥିକ ସହଯୋଗ ପାଇଁ ଏହି ମଞ୍ଚର ପ୍ରତିବଦ୍ଧତାକୁ ଦର୍ଶାଉଛି। ବିମଷ୍ଟେକରେ ୭ଟି ରାଷ୍ଟ୍ର ସଦସ୍ୟ ରହିଛନ୍ତି। ଏହି ଦେଶଗୁଡ଼ିକ ହେଉଛି ବାଂଲାଦେଶ, ଭୁଟାନ, ଭାରତ, ମ୍ୟାନମାର, ନେପାଳ, ଶ୍ରୀଲଙ୍କା ଏବଂ ଥାଇଲାଣ୍ଡ।

Hot this week

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରାହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

Related Articles

Popular Categories