www.samajalive.in
Friday, December 12, 2025
15.1 C
Bhubaneswar

ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ସଚେତନତା ରଥ ଉଦଘାଟିତ

କଲ୍ୟାଣସିଂହପୁର : ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶ କ୍ରମେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଜଗନ୍ନାଥ ମନ୍ଦିରଠାରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ  ସଚେତନତା ରଥ ଉଦଘାଟନ କରାଯାଇଛି । ଏଥିରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଅଧିକାରୀ ମୋହନରାଓ କଣ୍ଡାଗିରି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ  ସଚେତନତା ରଥ ଉଦଘାଟନ କରିଥିଲେ । ଏଥିରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଅଧିକାରୀ ବିଜୟ କୁମାର ସେଠୀ, (ସିଆର ସିସି) ଆଞ୍ଚଳିକ ଶିକ୍ଷା ସଂଯୋଜକ ଉପସ୍ଥିତ ରହିଥିଲେ । ଉକ୍ତ ସଚେତନତା ରଥ ବ୍ଲକର ୧୪ଟି ପଞ୍ଚାୟତରେ ଥିବା ସମସ୍ତ ବିଦ୍ୟାଳୟ ଗୁଡିକୁ ୪ଦିନ ମଧ୍ୟରେ ପରିଦର୍ଶନ କରି ସଚେତନତା କରାଯିବ ବୋଲି ଜଣାପଡ଼ିଛି । ଏ ଅବସରରେ ବିଭିନ୍ନ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ନେଇ  ନୂତନ ଛାତ୍ରଛାତ୍ରୀଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିବା ସହ ଖଡ଼ିଛୁଆଁ କରିଥିଲେ । ଛାତ୍ରଛାତ୍ରୀଙ୍କୁ ନେଇ ହାତରେ ଫ୍ଲା କାର୍ଡ ଧରି  ଗ୍ରାମ ପରିଦର୍ଶନ କରିଥିଲେ । ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଉପଜିଲ୍ଲାପାଳ ରମେଶ ଚନ୍ଦ୍ର ଜେନା  ଯୋଗ ଦେଇ ନୂତନ ପିଲାଙ୍କୁ ଖଡ଼ିଛୁଆଁ କରିବା ସହ ସ୍କୁଲ ବ୍ୟାଗ ବଣ୍ଟନ କରି ସଚେତନତା ବାର୍ତ୍ତା ଦେଇଥିଲେ ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories