www.samajalive.in
Thursday, December 11, 2025
15.1 C
Bhubaneswar

କାର ଦୁର୍ଘଟଣାରେ ଗାଡ଼ି ଶୋ’ରୁମ ମ୍ୟାନେଜରଙ୍କ ମୃତ୍ୟୁ, ପୁଅ ଗୁରୁତର

ଗଞ୍ଜାମ: ରମ୍ଭା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ରମ୍ଭା ନିକଟ ଗୁପ୍ତେଶ୍ଵର ଶୈବ ପୀଠ ପାଖରେ ୧୦ ଫୁଟ ତଳକୁ ଏକ କାର ଖସି ଦୁର୍ଘଟଣାଗ୍ରସ୍ତ ହେବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବ୍ରହ୍ମପୁର ହୋଣ୍ଡା ଶୋ’ ରୁମ ମ୍ୟାନେଜର ସୁଶାନ୍ତ ମିଶ୍ର। ଦୁର୍ଘଟଣାରେ ତାଙ୍କ ପୁଅ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ଅନୁସାରେ, ବୁଧବାର ଅପରାହ୍ନ ପ୍ରାୟ ୩ରେ ବ୍ରହ୍ମପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା କାର (ଓଡ଼ି ୦୫ ଏଏମ ୮୬୯୦) ଭାରସାମ୍ୟ ହରାଇ ୧୦ଫୁଟ ତଳକୁ ଖସିପଡ଼ି ଏକ ଗଛକୁ ଧକ୍କା ଦେଇଥିଲା। ସ୍ଥାନୀୟ ଲୋକେ ଥାନାକୁ ଖବର ଦେଇଥିଲେ। ରମ୍ଭା ଅଗ୍ନିଶମ ବିଭାଗ ଓ ହାଇୱେ ପାଟ୍ରୋଲିଂ ପୁଲିସ ପହଞ୍ଚି ସୁଶାନ୍ତ ଏବଂ ତାଙ୍କ ପୁଅଙ୍କୁ ବ୍ରହ୍ମପୁପୁର ଏମକେସିଜିକୁ ଚିକିତ୍ସା ପାଇଁ ନେଇଥିଲେ। ସେଠାରେ ଡାକ୍ତର ସୁଶାନ୍ତଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ ଘଟଣାର ତଦନ୍ତ ଚଳାଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories