www.samajalive.in
Tuesday, December 9, 2025
17.1 C
Bhubaneswar

ବଜାର ମଝିରେ ଭିଣୋଇର ମୁଣ୍ଡ-ଗଣ୍ଡି ଅଲଗା କଲା ଶଳା

ସମାଜ ଡିଜିଟାଲ ଡେସ୍କ: ବଜାର ମଝିରେ ଭିଣୋଇକୁ ଖଣ୍ଡାରେ ହାଣି ହତ୍ୟା କରିଛି ଶଳା। ବାଲିପାଟଣା ଥାନା ଅନ୍ତର୍ଗତ ନର୍ଦ୍ଦା ବଜାରରେ ବୁଧବାର ରାତିରେ ଏହି ହତ୍ୟାକାଣ୍ଡ ଘଟିଛି। ହତ୍ୟାର ଶିକାର ହୋଇଛନ୍ତି ରେଙ୍ଘାଳୋ ହାଟମହଲା ବସ୍ତିର ମୁନା ଖାଁ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ତଦନ୍ତ ଚଳାଇଛି।

ସୂଚନା ଅନୁସାରେ, ମୁନା ଏବଂ ତାଙ୍କ ଶଳାଙ୍କ ମଧ୍ୟରେ ମାସକ ତଳେ ପାଟିତୁଣ୍ଡ ହୋଇଥିଲା। ବୁଧବାର ରାତିରେ ମୁନା ନର୍ଦ୍ଦା ବଜାରକୁ କୌଣସି କାମରେ ଯାଇଥିଲେ। ହଠାତ ତାଙ୍କ ଶଳା ସେଠାରେ ପହଞ୍ଚି ତାଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ। ତାଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଥିଲେ। ତାଙ୍କ ମୁଣ୍ଡଗଣ୍ଡି ଅଲଗା ହୋଇଯାଇଥିଲା। ଗୋଟିଏ ହାତ ମଧ୍ୟ ଶରୀରରୁ ଅଲଗା ହୋଇଯାଇଥିଲା। ଘଟଣାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଥିଲା। ଖବର ପାଇ ପୁଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଚଳାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories