www.samajalive.in
Sunday, December 7, 2025
13.1 C
Bhubaneswar

୮୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ଫୁଲବାଣୀ: ଜିଲ୍ଲା ଅବକାରୀ ବିଭାଗର ସ୍ବତନ୍ତ୍ର ସ୍କ୍ୱାଡ୍‌ ଗୋଛାପଡ଼ା ଥାନା ଅନ୍ତର୍ଗତ ବାଳନ୍ଦାପଡା ପଞ୍ଚାୟତର କଞ୍ଜାମାଇ ଗ୍ରାମ ନିକଟରେ ଥିବା ଜଙ୍ଗଲରେ ଚଢ଼ାଉ କରି ୩୪ଟି ବସ୍ତାରେ ଥିବା ୮ କ୍ବିଣ୍ଟାଲ ୫୦ କେଜି ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୮୫ ଲକ୍ଷ ଟଙ୍କା ହେବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ଚାଲାଣକାରୀମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଅବକାରୀ ଅଧୀକ୍ଷକ ସୁଶାନ୍ତ କୁମାର ପାଢ଼ୀଙ୍କ ନିର୍ଦ୍ଦେଶ କ୍ରମେ ସ୍ୱତନ୍ତ୍ର ଟିମର ଇନ୍ସପେକ୍ଟର ପୂର୍ଣ୍ଣଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ଭବାନୀ ଶଙ୍କର ସେଠୀ, ବିନୋଦ କୁମାର୍ ବସ୍କ, ପ୍ରକାଶ କୁମାର୍ ମଲ୍ଲିକ, ସୁମିତ୍ରା ଦଳେଇ ପ୍ରମୁଖ ଚଢାଉ କରିଥିଲେ। ଜବତ ଗଞ୍ଜେଇ ଜଙ୍ଗଲ ମଧ୍ୟରେ ଗଛ ଡ଼ାଳ ଘୋଡାଇ ବିକ୍ରି ପାଇଁ ରଖାଯାଇଥିଲା। ଏ ନେଇ ୧/୨୫ରେ ଏକ ମାମଲା ରୁଜୁ କରାଯାଇଥିବା ଇନ୍ସପେକ୍ଟର ବେହେରା ସୂଚନା ଦେଇଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories