www.samajalive.in
Sunday, December 14, 2025
19.1 C
Bhubaneswar

ଓଡ଼ିଆ ପକ୍ଷ ପାଳନ ପାଇଁ ସ୍ୱତନ୍ତ୍ର ୱେବସାଇଟ୍

ଭୁବନେଶ୍ୱର: ଆମ ରାଜ୍ୟରେ ପ୍ରଥମ ଥର ପାଇଁ ଏପ୍ରିଲ ୧ ତାରିଖ ଠାରୁ ନେଇ ଆସନ୍ତା ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଓଡ଼ିଆ ପକ୍ଷ ପାଳନକୁ ନେଇ ଏକ ସ୍ୱତନ୍ତ୍ର ୱେବସାଇଟର ମଧ୍ୟ ନିର୍ମାଣ କରାଯାଇଛି। ୱେବସାଇଟରେ ଓଡ଼ିଆ ପକ୍ଷ ପାଳନ ସମ୍ବନ୍ଧୀୟ ସବିସ୍ତୃତ ବିବରଣୀ ପ୍ରଦାନ କରାଯାଇଛି। ଏଥିସହିତ ୱେବସାଇଟରେ ଓଡ଼ିଆ ପକ୍ଷ ପାଳନ ସମ୍ବନ୍ଧୀୟ ଏକ କୁଇଜ୍‌ ମଧ୍ୟ ରଖାଯାଇଛି। ଏହି କୁଇଜ୍‌ରେ ଓଡ଼ିଶାର ବରପୁତ୍ର ଏବଂ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି, ଐତିହ୍ୟ ଓ ପରମ୍ପରା ସମ୍ବନ୍ଧୀୟ ପ୍ରଶ୍ନ ରହିଛି। ସମସ୍ତେ ଏହି କୁଇଜ୍‌ରେ ଅଂଶଗ୍ରହଣ କରି ନିଜର ଡିଜିଟାଲ୍ ପ୍ରମାଣପତ୍ର ମଧ୍ୟ ଡ଼ାଉନଲୋଡ୍‌ କରିପାରିବେ। ନିଜ ବିଦ୍ୟାଳୟ, ମହାବିଦ୍ୟାଳୟ, ବ୍ଲକ, ଜିଲ୍ଲାରେ ଓଡ଼ିଆ ପକ୍ଷ ପାଳନ ପରିପ୍ରେକ୍ଷୀରେ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନିଜର ସେଲ୍ଫି ମଧ୍ୟ ଏହି ଓଡ଼ିଆ ପକ୍ଷ ୱେବସାଇଟରେ ଅପଲୋଡ଼ କରିପାରିବେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories