www.samajalive.in
Sunday, December 14, 2025
15.1 C
Bhubaneswar

ଝରକା ତାଡି ୧୦ ଲକ୍ଷ ଟଙ୍କାର ସୁନାଗହଣା ଲୁଟ

ଆଠଗଡ଼: ଆଠଗଡ ସହର ନିକଟବର୍ତ୍ତୀ ରାଧାବଲ୍ଲଭପୁର (ଷୋଳଘରିଆ) ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ଘର ଝରକା ତାଡି ସୁନାଗହଣା ଲୁଟ ହୋଇଥିବା ଅଭିଯୋଗ ହୋଇଛି। ଉକ୍ତ ଗ୍ରାମର ଶଙ୍କର୍ଷଣ ସେଠୀ ପରିବାର ସହ ରାତିରେ ଶୋଇଥିବାବେଳେ ଦୁର୍ବୃତ୍ତମାନେ ବିଳମ୍ବିତ ରାତିରେ ଘରର ଝରକା ତାଡି ପ୍ରାୟ ୧୦ ଲକ୍ଷ ଟଙ୍କାର ସୁନାଗହଣା ଲୁଟ କରିନେଇଛନ୍ତି। ଏ ସମ୍ପର୍କରେ ସେଠୀ ଆଠଗଡ଼ ଥାନାରେ ଅଭିଯୋଗ କରିବା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଅଦ୍ୟାବଧି ଚୋର କମ୍ବା ଚୋରି ସାମଗ୍ରୀର କୌଣସି ସନ୍ଧାନ ପାଇବାରେ ପୁଲିସ ସକ୍ଷମ ହୋଇନାହିଁ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories