www.samajalive.in
Sunday, December 14, 2025
26.1 C
Bhubaneswar

ନୂଆସାହି ବସ୍ତିରେ ଅଗ୍ନିକାଣ୍ଡ, ଜଳିଗଲା ୪ ବଖରା ଘର

କାମାକ୍ଷାନଗର: କାମାକ୍ଷାନଗର ଥାନା ଅନ୍ତର୍ଗତ ସିଆରିମାଳିଆ ଗ୍ରାମର ନୂଆସାହି ବସ୍ତିରେ ଅଗ୍ନିକାଣ୍ଡ ଘଟି ୨ ପରିବାରର ୪ ବଖରା ଘର  ନିଆଁରେ ଜଳି ଯାଇଛି। ଖବରପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ। ଏହି ଅଗ୍ନିକାଣ୍ଡରେ ବସ୍ତିର ସରୋଜ ନାୟକଙ୍କର ୨ ଓ ନିରାକାର ନାୟକଙ୍କର ୨ ବଖରା ଘର ଜଳି ଯାଇଛି। ଏହାସହିତ ଘରେ ଥିବା ଆସବାବପତ୍ର, ଧାନ ଓ ଚାଉଳ ଆଦି ପୋଡି ପାଉଁଶ ହୋଇଯାଇଛି।
ଏହି ଅଗ୍ନିକାଣ୍ଡରେ ପ୍ରାୟ ଲକ୍ଷାଧିକ ଟଙ୍କା ସମ୍ପତି ପୋଡ଼ି ନଷ୍ଟ ହୋଇଥିବା ଜଣାଯାଇଛି।  ଏହି ଅଗ୍ନିକାଣ୍ଡରେ କ୍ଷତିଗ୍ରସ୍ତ ହୋଇଥିବା ସରୋଜ ନାୟକ ଓ ନିରାକାର ନାୟକଙ୍କୁ ତୁରନ୍ତ ସରକାରୀ ସହାୟତା ଯୋଗାଇଦେବା ସକାଶେ ବସ୍ତିବାସିନ୍ଦାଙ୍କ ପକ୍ଷରୁ ଦାବି ହୋଇଛି।

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories