www.samajalive.in
Monday, December 15, 2025
14.1 C
Bhubaneswar

ନାବାଳିକା ଅପହରଣ ଏବଂ ଦୁଷ୍କର୍ମ ମାମଲାରେ ୨୦ ବର୍ଷ ଜେଲ

ଫୁଲବାଣୀ  : ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ପୋକସୋ ଅଦାଲତ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ ଜେଲଦଣ୍ଡାଦେଶ ଦେଇଛନ୍ତି। ଏଥିସହ ଦୋଷୀକୁ ୬୦ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ଅଧିକ ଏକ ବର୍ଷ  ଜେଲ ଭୋଗିବାକୁ ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ। ଅଭିଯୁକ୍ତ ଜଣକ ଗୋଚ୍ଛାପଡା ଥାନା ଅଞ୍ଚଳର ନିରାକାର ମୂଖୀ ବୋଲି ସୂଚନା ମିଳିଛି।
ସୂଚନା ଅନୁସାରେ ଗତ ୧୯ ଜୁନ ୨୦୨୨ରେ  ଗୋଚ୍ଛାପଡା ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ନେଇ ପରିବାର ପକ୍ଷରୁ ଥାନାରେ ଏକ ଲିଖିତ ଅଭିଯୋଗ ହୋଇଥିଲା। ପୁଲିସ ଅଭିଯୋଗ ଆଧାରରେ  ୭୩/୨୨ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
ଆଜି ଏହି ମାମଲାର ବିଚାର ପୋକସୋ ଅଦାଲତ ବିଚାରପତି ରାଜେଶ ଦାସ ପିଡିତା ଓ ସାକ୍ଷୀଙ୍କ ବୟାନ ଏବଂ ଡାକ୍ତରୀ ରିପୋର୍ଟ ଆଧାରରେ ଉପରୋକ୍ତ ରାୟ ଶୁଣାଇଛନ୍ତି । ପିଡିତାଙ୍କୁ କ୍ଷତିପୂରଣ ବାବଦରେ ୭ ଲକ୍ଷ ଟଙ୍କା ପ୍ରଦାନ କରାଯିବାକୁ ଆଇନ ସେବା ପ୍ରାଧିକରଣକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ। ମାମଲାଟିକୁ ସରକାରଙ୍କ ତରଫରୁ ସ୍ବତନ୍ତ୍ର ପିପି ଅସୀମ ପ୍ରହରାଜ ପରିଚାଳନା କରୁଥିଲେ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories