www.samajalive.in
Sunday, December 14, 2025
26.1 C
Bhubaneswar

ସିଂହଦ୍ବାର ସମ୍ମୁଖରେ ସାମ୍ବାଦିକାଙ୍କୁ ଗୋଡ଼େଇ ଗୋଡ଼େଇ ପିଟିଲେ ସେବାୟତ

ପୁରୀ: ଶ୍ରୀମନ୍ଦିର ସିଂହଦ୍ବାର ସମ୍ମୁଖରେ ସାମ୍ବାଦିକାଙ୍କୁ ଗୋଡ଼େଇ ଗୋଡ଼େଇ ପିଟିଲେ ସେବାୟତ। ସେବାୟତଙ୍କ ଆକ୍ରମଣରେ ଜଣେ ସାମ୍ବାଦିକା ଏବଂ ଜଣେ ଫଟୋଗ୍ରାଫର ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି। ଅପରପକ୍ଷେ ଆକ୍ରମଣକୁ ବିରୋଧ କରି ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣମାଧ୍ୟମ ପ୍ରତିନିଧିମାନେ ଧାରଣା ଦେଇଛନ୍ତି।

ସୂଚନା ଅନୁସାରେ, ଏକ ଘରୋଇ ଗଣମାଧ୍ୟମର ଜିଲା ପ୍ରତିନିଧି ଲିନୁ ନାୟକ ଓ ଫଟୋ ଗ୍ରାଫର ଶିବ ପଲେଇ ସେବାୟତଙ୍କ ଆକ୍ରମଣରେ ଆହତ ହୋଇଛନ୍ତି। ଶ୍ରୀଜୀଉଙ୍କ ଦର୍ଶନ ପାଇଁ ଭକ୍ତଙ୍କ ଲମ୍ବା ଧାଡ଼ି ଲାଗିଥିବାବେଳେ କିଛି ସେବାୟତ ଟଙ୍କା ନେଇ ଘଳିଆ ବାଟଦେଇ ଭିତରକୁ ନେଉଥିଲେ। ସାମ୍ବାଦିକମାନେ ଏହାର ଦୃଶ୍ୟ ଉତ୍ତୋଳନ କରିବାବେଳେ କିଛି ସେବାୟତ ମିଳିତ ଭାବେ ଆକ୍ରମଣ କରିଥିବା ଜଣାପଡ଼ିଛି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories