୨ ବାଇକ ଧକ୍କା: ଜଣେ ମୃତ, ୩ ଗୁରୁତର

କେନ୍ଦ୍ରାପଡ଼ା: ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। କୁଦାନଗରୀ ଥାନା ବଳନ୍ତା ନିକଟରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିଲା। ଏହି ଦୁର୍ଘଟଣାରେ ୩ଜଣ ଗୁରୁତର ଆହତ ହୋଇଥିଲେ। ଆହତମାନଙ୍କୁ ଉଦ୍ଧାର ପରେ ସେମାନଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବାବେଳେ ମୃତକ ଏବଂ ଗୁରୁତର ଆହତଙ୍କ ପରିଚୟ ପାଇପାରିନାହିଁ।
Comments are closed.