www.samajalive.in
Sunday, December 14, 2025
26.1 C
Bhubaneswar

ସର୍ବଭାରତୀୟ ପୁଲିସ୍ ହକି ଚାମ୍ପିୟନସିପ୍: “ଲୋଗୋ ଏବଂ ମାସ୍କଟ-ଆଶା” ଲୋକାର୍ପିତ

ଭୁବନେଶ୍ୱର : ଆଜି ଭୁବନେଶ୍ବର ସ୍ଥିତ ପୋଲିସ୍ ଭବନରେ ୭୩ତମ ସର୍ବଭାରତୀୟ ପୁଲିସ୍ ହକି ଚାମ୍ପିୟନସିପ୍ ୨୦୨୫ର କର୍ଟେନ୍ ରେଜର ସମାରୋହ ଅନୁଷ୍ଠିତ ହୋଇଯାଇଛି ।

ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ୭୩ତମ ସର୍ବଭାରତୀୟ ପୁଲିସ୍ ହକି ଚାମ୍ପିୟନସିପ୍ ୨୦୨୫ର “ଲୋଗୋ ଏବଂ ମାସ୍କଟ-ଆଶା” କୁ ଲୋକାର୍ପଣ କରିଛନ୍ତି ।

- Advertisement -

କେନ୍ଦୁଝର ଜିଲ୍ଲାର ଏକ ଜଙ୍ଗଲରୁ ଗୁରୁତର ଆହତ ଅବସ୍ଥାରେ ରାଜ୍ୟ ସରକାରଙ୍କ ଜଙ୍ଗଲ ବିଭାଗର କର୍ମଚାରୀମାନେ ଏକ ଗଜ ଶାବକ (ହାତୀ ଛୁଆ)କୁ ଉଦ୍ଧାର କରିଥିଲେ । ପରେ ତାକୁ ସେଠାରୁ ନନ୍ଦନକାନନକୁ ସ୍ଥାନାନ୍ତର କରାଯାଇଥିଲା । ତାର ଏହି ସଂଘର୍ଷମୟ କାହାଣୀ ଉପରେ “ଆଶା” ଆଧାରିତ । ଯିଏକି ବର୍ତ୍ତମାନ ନନ୍ଦନକାନନରେ ସୁସ୍ଥ ଓ ସୁରକ୍ଷିତ ଅବସ୍ଥାରେ ଅଛି । ଏହି ମାସକଟ୍‌ “ଆଶା” ଦୟା, ସାହସ ଓ ପରିବେଶ ସଂରକ୍ଷଣ ପ୍ରତି ଓଡ଼ିଶାର ପ୍ରତିବଦ୍ଧତାକୁ ପ୍ରତିନିଧିତ୍ୱ କରୁଛି ବୋଲି ଡିଜିପି ନିଜ ଅଭିଭାଷଣରେ କହିଥିଲେ ।

ଓଡ଼ିଶା ପୁଲିସ ଏହି ଚାମ୍ପିୟନସିପ୍‌ କୁ ଦ୍ବିତୀୟ ଥର ପାଇଁ ଆୟୋଜନ କରୁଥିବାରୁ ଶ୍ରୀ ଖୁରାନିଆ ଖୁସି ବ୍ୟକ୍ତ କରିବା ସହ ଏଥି ନିମନ୍ତେ ସେ ସର୍ବଭାରତୀୟ ପୋଲିସ୍ କ୍ରୀଡା ନିୟନ୍ତ୍ରଣ ବୋର୍ଡ୍‌ କୁ ଧନ୍ୟବାଦ ଜଣାଇଥିଲେ ।

ଏହି ଚାମ୍ପିୟନସିପ୍ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍ ଠାରେ ଅପ୍ରେଲ ୭ ରୁ ୧୪ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଛି ।

ଏଥିରେ ୨୬ଟି ପୁରୁଷ ଦଳ ଓ ୯ଟି ମହିଳା ଦଳ ଅଂଶଗ୍ରହଣ କରୁଥିବା ବେଳେ ମୋଟ ୪୮ଟି ମ୍ୟାଚ୍‌ ଖେଳାଯିବ । ସିଆଇଏସଏଫ୍‌, ସିଆରପିଏଫ୍‌, ବିଏସଏଫ୍‌, ଆଇଟିବିପି ଓ ଏସଏସବି ଭଳି କେନ୍ଦ୍ରୀୟ ସଶସ୍ତ୍ର ବାହିନୀ ଦଳଗୁଡ଼ିକ ଏହି ପ୍ରତିଯୋଗିତାର ମଧ୍ୟ ଅଂଶ ଗ୍ରହଣ କରୁଛନ୍ତି ବୋଲି ଡିଜିପି ସୂଚନା ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଆୟୋଜନ କମିଟିର ଉପସଭାପତି ତଥା ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଦୟାଲ ଗଙ୍ଗୱାର, ଆୟୋଜନ କମିଟିର ଉପସଭାପତି ତଥା ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ସଶସ୍ତ୍ର ) ରାଜେଶ କୁମାର, ଆୟୋଜନ କମିଟିର ସମ୍ପାଦକ ତଥା ଆଇଜି(ତାଲିମ) ଅନୁପ କୁମାର ସାହୁ, ସମସ୍ତ ଟିମର ମ୍ୟାନେଜର ଏବଂ ଅଧିନାୟକ, ପୋଲିସ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories