www.samajalive.in
Tuesday, December 9, 2025
16.1 C
Bhubaneswar

ସପ୍ତାହେ ପର୍ଯ୍ୟନ୍ତ କାଳବୈଶାଖୀ ଝଡ଼ବର୍ଷା !

ଭୁବନେଶ୍ବର : ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ବାୟୁମଣ୍ଡଳରେ ୫.୮କି.ମି. ଉଚ୍ଚତା ଯାଏଁ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ଘଣ୍ଟା ମଧ୍ୟରେ ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ କେତେଦୂର ପଡ଼ିବ, କେଉଁ ଆଡ଼କୁ ଗତି କରିବ ଏବଂ ଅବପାତ ରୂପ ନେବ କି ନାହିଁ ତାହା ଲଘୁଚାପ ସୃଷ୍ଟି ପରେ ସ୍ପଷ୍ଟ ଜଣାପଡ଼ିବ। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି, ସପ୍ତାହେ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସୂଚନା ଦିଆଯାଇଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବ ରାଜ୍ୟ ଉପରେ କେତେଦୂର ରହିବ ତାହା ଏହାର ଗତିବିଧି ଆକଳନ କରାଯିବା ପରେ ଜଣାପଡ଼ିବ। ଅପରପକ୍ଷେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରାୟ ଅଞ୍ଚଳରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିବାର ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ମୟୂରଭଞ୍ଜ, ବାଲେଶ୍ବର ଏବଂ ଭଦ୍ରକ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଅବଶିଷ୍ଟ ଅଞ୍ଚଳରେ କାଳବୈଶାଖୀର ସମ୍ଭାବନା ନାହିଁ। ରାଜ୍ୟରେ ଗତ କିଛିଦିନର ବ୍ୟବଧାନ ପରେ ସର୍ବାଧିକ ତାପମାତ୍ରା ବଢ଼ିବାରେ ଲାଗିଛି। ଶନିବାର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଅଞ୍ଚଳରେ ପାରଦ ୪୦ଡିଗ୍ରୀ ଅତିକ୍ରମ କରିଥିବା ବେଳେ ରବିବାର ୯ଟି ସ୍ଥାନରେ ଦିନ ତାପମାତ୍ରା ୪୦ଡିଗ୍ରୀ ଟପିଛି। ବୌଦ୍ଧରେ ତାପମାତ୍ରା ସର୍ବାଧିକ ୪୨ଡିଗ୍ରୀ ଛୁଇଁଛି। ଅନେକ ସହରରେ ଟାଣଖରା ଯୋଗୁ ଦିନରେ ଗରମ ଏବଂ ବାୟୁମଣ୍ଡଳରେ ଆର୍ଦ୍ରତା ପରିମାଣ ଅଧିକ ରହିବା ଦ୍ବାରା ଭୀଷଣ ଗୁଳୁଗୁଳି ଅନୁଭୂତ ହେଉଛି। ଆସନ୍ତା ୪୮ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଥିବା ପାଣିପାଗ ବିଭାଗ ସ୍ପଷ୍ଟ କରିବାରୁ ପାଗରେ ପରିବର୍ତ୍ତନ ଆସିବ ବୋଲି କୁହାଯାଉଛି। ଅନୁଗୋଳ, ଟିଟିଲାଗଡ଼ ଏବଂ ଝାରସୁଗୁଡ଼ାରେ ପାରଦ ୪୧, ସମ୍ବଲପୁର ୪୦.୬, ହୀରାକୁଦ ୪୦.୧, ବଲାଙ୍ଗିର ଏବଂ ସୁବର୍ଣ୍ଣପୁରରେ ୪୦.୮, ପାରଳାଖେମୁଣ୍ଡି ୪୦, ଭୁବନେଶ୍ବର ୩୮ ଏବଂ କଟକରେ ୩୭.୬ ଡିଗ୍ରୀ ରହିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories