www.samajalive.in
Sunday, December 14, 2025
23.1 C
Bhubaneswar

ବିମାନରେ ଯାତ୍ରା ​ବେଳେ ଚାଲିଗଲା ଯାତ୍ରୀଙ୍କ ଜୀବନ

ସମାଜ ଡିଜିଟାଲ ଡେସ୍କ: ମୁମ୍ବଇରୁ ବାରାଣସୀ ଯାଉଥିବା ଇଣ୍ଡିଗୋ ବିମାନରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିବାରୁ ବିମାନକୁ ଜରୁରୀ ଅବତରଣ କରିବାକୁ ପଡ଼ିଛି। ରବିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ଯାତ୍ରା ସମୟରେ ଜଣେ ୮୯ ବର୍ଷୀୟା ବୃଦ୍ଧାଙ୍କ ସ୍ଵାସ୍ଥ୍ୟାବସ୍ଥା ହଠାତ ବିଗିଡ଼ି ଯାଇଥିଲା। ବିମାନଟି ତୁରନ୍ତ ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜିନଗର ବିମାନବନ୍ଦରରେ ଜରୁରୀ ଅବତରଣ କରିଥିଲା। କିନ୍ତୁ ସେତେବେଳକୁ ବୃଦ୍ଧାଙ୍କ ମୃତ୍ୟୁ ହୋଇସାରିଥିଲା। ରାତି ପ୍ରାୟ ୧୦ଟାରେ ବିମାନଟି ଜରୁରୀ ଅବତରଣ କରିବା ପରେ ଏକ ଡାକ୍ତରୀ ଦଳ ତୁରନ୍ତ ବୃଦ୍ଧାଙ୍କ ସ୍ଵାସ୍ଥ୍ୟାବସ୍ଥା ଯାଞ୍ଚ କରିବାରୁ ତାଙ୍କର ମୃତ୍ୟୁ ହୋଇସାରିଥିବା ଜଣାପଡ଼ିଥିଲା। ପରେ ପୁଲିସକୁ ଖବର ଦିଆଯାଇଥିଲା। ପୁଲିସ ପହଞ୍ଚି ମୃତଦେହ ଜବତ କରି ଆବଶ୍ୟକ ପ୍ରକ୍ରିୟା ସମ୍ପୂର୍ଣ୍ଣ କରିବା ପରେ ବିମାନଟି ପୁନର୍ବାର ଗନ୍ତବ୍ୟସ୍ଥଳ ଅଭିଯୁଖେ ଯାତ୍ରା କରିଥିଲା।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories