www.samajalive.in
Monday, December 8, 2025
27.1 C
Bhubaneswar

ନାବାଳିକା ଅପହରଣକାରୀଙ୍କୁ ଦୁଇବର୍ଷ ଜେଲ୍

କେନ୍ଦୁଝରସଦର : କେନ୍ଦୁଝର ଫାଷ୍ଟ ଟ୍ରାକ୍ କୋର୍ଟ ବିଚାରପତି ବିଜୟ କୁମାର ମିଶ୍ର ସୋମବାର ଏକ ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲାର ବିଚାର କରି ତେଲକୋଇ ଥାନା ଅନ୍ତର୍ଗତ ଭିମକାଣ୍ତ ଗ୍ରାମର ଅଭିଯୁକ୍ତ ଅଭିମନ୍ୟୁ ପାତ୍ର (୨୩)ଙ୍କୁ ଦୁଇବର୍ଷ ସଶ୍ରମକାରାଦଣ୍ତ ସହ ୧ହଜାର ଟଙ୍କା ଜରିମାନା ଏବଂ ଜରିମାନା ଅନାଦେୟ ଅଧିକ ୧ମାସ ସଶ୍ରମ କାରାଦଣ୍ତ ରାୟ ଶୁଣାଇଛନ୍ତି।
୨୦୨୨ମସିହା ଜାନୁଆରୀ ମାସ ୫ରେ ୧୬ବର୍ଷିୟା ନାବାଳିକା କଲେଜ ଯିବା ସମୟରେ ଅଭିମନ୍ୟୁ ତାଙ୍କୁ ଅପହରଣ କରି କଟକ ଜିଲା ଘଣ୍ଟିଖାଲ ଏକ ଭଡା ଘରେ ରଖିଥିଲା। ପରିବାର ପକ୍ଷରୁ ଝିଅକୁ ଖୋଜାଖୋଜି ପରେ ତାଙ୍କର କୈାଣସି ସନ୍ଧାନ ନ ମିଳିବାରୁ ତେଲକୋଇ ଥାନାରେ ଅଭିଯୋଗ କରିଥିଲେ। ପୁଲିସ ଅଭିଯୋଗ ପାଇବା ପରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରି ଘଣ୍ଟିଖାଲରୁ ନାବାଳିକାଙ୍କୁ ଉଦ୍ଧାର କରିବା ସହିତ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ସୋମବାର କେନ୍ଦୁଝର ଫାଷ୍ଟ ଟ୍ରାକ୍ କୋର୍ଟ ବିଚାରପତି ୧୭ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତି କରି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଉପରୋକ୍ତ ଦଣ୍ତାଦେଶ ଶୁଣାଇଥିଲେ। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଜ୍ଞାନେନ୍ଦ୍ରନାଥ ଜେନା ମାମଲା ପରିଚାଳନା କରୁଥିଲେ।

ଏପ୍ରିଲ ୭ରେ ଏକାଠି ହେଲେ ବୁଧ-ଶନି : ବଦଳିଯିବ ଏହି ରାଶିଙ୍କ ଭାଗ୍ୟ, ଜାଣନ୍ତୁ କିଏ ହେବେ ମାଲାମାଲ୍‌, କାହାର ଦୂର ହେବ ରୋଗ,ଚିନ୍ତା..

ଦେଖନ୍ତୁ ଭିଡିଓ.. ବିବାହରେ ବରପକ୍ଷଙ୍କୁ ନିସ୍ତୁକ ମାଡ ; ମଣ୍ଡପରେ ଫୁଲ ବଦଳରେ ଖାଲି ଗୋଇଠା, ବିଧା, ଲାଠିମାଡ

- Advertisement -

ଏୟାରଟେଲ୍‌ ୩୮ କୋଟି ଉପଭୋକ୍ତାଙ୍କ ପାଇଁ ଆଣିଲା ଆଶ୍ୱସ୍ତି, ବର୍ଷକ ପାଇଁ ଆଣିଲା ସବୁଠାରୁ ଶସ୍ତା ପ୍ଲାନ୍‌

ଦେଖନ୍ତୁ ଭିଡିଓ; ମହିଳାଙ୍କ ଜୁଗାଡ୍‌, ମାତ୍ର କିଛି ସେକେଣ୍ଡରେ ୧୦ କେଜି ଆଳୁରୁ କେମିତି ଚୋପା ଛଡାଇଲେ..

 

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories