www.samajalive.in
Saturday, December 6, 2025
26.1 C
Bhubaneswar

ଆଜିଠୁ କାଳବୈଶାଖୀ ବର୍ଷା !

ଭୁବନେଶ୍ୱର : ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ସୋମବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆଜି ଉତ୍ତରପଶ୍ଚିମ ବଙ୍ଗୋପସାଗର ଆଡ଼େ ଗତି କରିବ ଏବଂ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଉତ୍ତର ଆଡ଼େ ମୁହାଁଇବ। ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶାରେ ଦିନକ ପରେ ତାପମାତ୍ରା ୨-୩ ଡିଗ୍ରୀ ହ୍ରାସ ପାଇବ। କିନ୍ତୁ ଅନୁଗୋଳ, ଝାରସୁଗୁଡ଼ା, ସମ୍ବଲପୁର, ଭବାନୀପାଟଣା, ବଲାଙ୍ଗୀର, ଟିଟିଲାଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ପାରଳାଖେମୁଣ୍ଡି ଓ ରାଉରକେଲାରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରହିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ପ୍ରଭାବରେ ୧୪ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସହିତ ବିଜୁଳି ଘଡ଼ଘଡ଼ିର ସମ୍ଭାବନା ରହିଛି। ପବନ ମଧ୍ୟ ବହିବ। ଆଜି ସକାଳ ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ରାୟଗଡ଼ା, ଗଜପତି, ମାଲକାନଗିରି ଏବଂ କୋରାପୁଟ ଜିଲାକୁ କାଳବୈଶାଖୀଜନିତ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ରହିଛି। ୮ରୁ୯ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ କାଳବୈଶାଖୀ ରହିଛି। ୯ରୁ ୧୦ ତାରିଖ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଜିଲାକୁ କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ରହିଛି। ଏହି ସମୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଏବଂ ୩୦-୪୦ କିମି ବେଗରେ ପବନ ବହିବାରେ ସମ୍ଭାବନା ରହିଛି। ୧୮ ଜିଲାରେ କାଳବୈଶାଖୀ ପ୍ରଭାବ ଦେଖାଯିବ। ୧୬-୧୭ ତାରିଖରେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ସ୍ବଳ୍ପ ବର୍ଷା ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି।
ଗତକାଲି ମଧ୍ୟ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମପ୍ରବାହ ଜାରି ରହିଥିଲା। ଉପକୂଳରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଥିଲା। ରାଜ୍ୟର ୧୧ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଉପରେ ରହିଛି। ଅନୁଗୋଳରେ ସର୍ବାଧିକ ୪୨.୭ ଡିଗ୍ରୀ ଦିନ ତାପମାତ୍ରା ରହିଛି। ବୌଦ୍ଧରେ ୪୧.୮, ଝାରସୁଗୁଡ଼ାରେ ୪୧.୬, ଟିଟିଲାଗଡ଼ରେ ୪୧.୫, ସୁବର୍ଣ୍ଣପୁରରେ ୪୧.୪, ବଲାଙ୍ଗୀରରେ ୪୧.୨, ସମ୍ବଲପୁରରେ ୪୦, ହୀରାକୁଦରେ ୪୦.୩, ଭବାନୀପାଟଣାରେ ୪୦.୫, ପାରଳାଖେମୁଣ୍ଡି ୪୦ ଏବଂ ନୂଆପଡ଼ାରେ ୪୦.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ଭୁବନେଶ୍ବରରେ ୩୬.୮ ଏବଂ କଟକରେ ୩୬.୪ ଡିଗ୍ରୀ ତାପମାତ୍ରା ରହିଛି।

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories