www.samajalive.in
Sunday, December 14, 2025
19.1 C
Bhubaneswar

ଜଳିଗଲା ପୁରୁଣା ବ୍ୟାରିକେଡ୍

ପୁରୀ: ପୁରୀରେ ଭୟଙ୍କର ଅଗ୍ନିକାଣ୍ଡ। ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପଛ ପଟେ ରଖାଯାଇଥିବା ପୁରୁଣା ବ୍ୟାରିକେଡ୍ ଗୁଡିକରେ ନିଆଁ ଲାଗି ଯାଇଛି। କାହାର କୌଣସି କ୍ଷତି ଘଟିନାହିଁ। ନିକଟରେ ଏଲଆଇସି କଲୋନୀ, ଅତିରିକ୍ତ ଜିଲ୍ଲାପାଳଙ୍କ କ୍ଵାଟର୍ସ ଏବଂ ସରକାରୀ କ୍ଵାଟର୍ସ ରହିଛି। ତେଣୁ ଏକ ବଡ ଅଘଟଣ ବର୍ତ୍ତିଯାଇଛି।  ବ୍ୟାରିକେଡରେ ନିଆଁ ଲାଗିଯିବାରୁ ହଠାତ୍ ପରିବେଶ ଧୂଆଁମୟ ହୋଇପଡିଥିଲା। ଖବର ପାଇଁ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। କେହି ଦୁର୍ବୁତ୍ତ ନିଆଁ ଲଗାଇ ଦେଇଥିବା ସନ୍ଦେହ କରାଯାଉଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories