www.samajalive.in
Sunday, December 14, 2025
26.1 C
Bhubaneswar

ଗୋଚର ଜମିରେ ଘର କରିବା ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ, ୧୫ ଆହତ

କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଥାନା ହରିଜନ ସାହିରେ ଅଭାବନୀୟ ଘଟଣା ଘଟିଛି। ଗୋଚର ଜମିରେ ଘର କରିବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ଉଭୟ ଗୋଷ୍ଠୀରୁ ୧୫ ଜଣ ଆହତ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ ପୂର୍ବରୁ ଅଷ୍ଟପ୍ରହରୀ ନାମଯଜ୍ଞ ହେଉଥିବା ସ୍ଥାନରେ କିଛି ଲୋକ ଘର କରି ରହି ଆସୁଛନ୍ତି। ଯାହାକୁ ଗୋଟିଏ ଗୋଷ୍ଠୀ ବିରୋଧ କରିଥିଲା। ଏହାପରେ ଉଭୟ ଗୋଷ୍ଠୀ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଦେଖାଦେଇଥିଲା। ଉଭୟ ଗୋଷ୍ଠୀର ପ୍ରାୟ ୧୫ ଜଣ ବ୍ୟକ୍ତି ଆହତ ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରାଯାଇ ମାର୍ଶାଘାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ମାର୍ଶାଘାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories