www.samajalive.in
Sunday, December 14, 2025
14.1 C
Bhubaneswar

ନବୀନ ନିବାସରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ଵର: ନବୀନ ନିବାସରେ ମଙ୍ଗଳବାର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଓ ସମନ୍ଵୟ କମିଟି ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ରଙ୍କ ନେତୃତ୍ବରେ ପ୍ରଣବ ପ୍ରକାଶ ଦାସ, ସଞ୍ଜୟ ଦାସବର୍ମା, ଅତନୁ ସବ୍ୟସାଚୀ, ଅରୁଣ ସାହୁ, କଳିକେଶ ନାରାୟଣ ସିଂଦେଓ, ପ୍ରତାପ ଜେନା, ଅନଙ୍ଗ ଉଦୟ ସିଂହ ଦେଓ, ପ୍ରସନ୍ନ ଆଚାର୍ଯ୍ୟ ଏହି ବୈଠକରେ ସାମିଲ ଥିଲେ।

ବୈଠକ ପରେ ଅରୁଣ ସାହୁ ଗଣମାଧ୍ୟମକୁ କହିଛନ୍ତି ଯେ, ନବୀନ ପଟ୍ଟନାୟକ ଅଛନ୍ତି, ଦଳ ମଜଭୂତ ଅଛି। ଲୋକମାନଙ୍କ ଭରସାର ଦଳ ହୋଇ ରହିବ। ଆଜି ସମ୍ପୂର୍ଣ୍ଣ ଭାବେ ସଂଗଠନ କାର୍ଯ୍ୟକ୍ରମକୁ ଆଗେଇବାକୁ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲୁ। ରାଜ୍ୟ ସଭାପତି, ଜିଲା ସଭାପତି ଓ ରାଜ୍ୟ କମିଟି ସହ ଅନ୍ୟ କର୍ମକର୍ତ୍ତା ଚୟନ ନେଇ ଆଲୋଚନା ହୋଇଛି। ସଂଗଠନ ନିର୍ବାଚନ କାର୍ଯ୍ୟକ୍ରମ ଚାଲିଛି।

- Advertisement -

ସେହିପରି ବିଜେଡି କାର୍ଯ୍ୟକ୍ରମ ରୂପାନ୍ତର କମିଟି ଆବାହକ ସଞ୍ଜୟ ଦାସବର୍ମା କହିଛନ୍ତି, ଆଜି ଦଳର ବରିଷ୍ଠ ନେତାମାନେ ଆଲୋଚନା କରୁଛନ୍ତି। ୩୩ ସାଙ୍ଗଠନିକ ଜିଲାରେ କିପରି ସଭାପତି ନିର୍ବାଚନ ହେଉଛି, ବ୍ଲକ ସଭାପତି ଚୟନରେ କଣ ସମସ୍ୟା ରହୁଛି, କିଭଳି ନିର୍ବାଚନ ଠିକ୍‌ ଭାବେ ହେବ, ସେନେଇ ସଭାପତିଙ୍କୁ ଅବଗତ କରିଛୁ। ଅନ୍ୟ ସବୁ କଥା କାଲି ସ୍ପଷ୍ଟ ହୋଇଛି। ସବୁ ସନ୍ଦେହର ଶୀଘ୍ର ସମାଧାନ ହେବ। ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଦୃଢ଼ ବିରୋଧୀ ଦଳ ସହ ଲୋକଙ୍କ ଆଶା ଓ ଭରସାର ଦଳ ହୋଇ ରହିବ।

ସଂଗଠନ ନିର୍ବାଚନ ପାଇଁ ଗତକାଲି ଡିଆରଓମାନଙ୍କ ବୈଠକ ନେଇଥିଲେ ବିଜେଡି ରାଜ୍ୟ ନିର୍ବାଚନ ଅଧିକାରୀ ପ୍ରତାପ ଦେବ। ଯେଉଁ ସବୁ ନାଁ ଆସିଛି, ସବୁ କାର୍ଯ୍ୟସୂଚୀ ନେଇ ନବୀନ ପଟ୍ଟନାୟକଙ୍କୁ ଅବଗତ କରିଛୁ ବୋଲି କହିଛନ୍ତି ବିଜେଡି ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀ ମିଶ୍ର।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories