www.samajalive.in
Sunday, December 7, 2025
14.1 C
Bhubaneswar

ଜନନୀ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ

ପାଟଣା: କେନ୍ଦୁଝର ଜିଲା ସାହାରପଡା ବ୍ଲକ ଅନ୍ତର୍ଗତ କପୁଣ୍ଡି ଗ୍ରାମପଞ୍ଚାୟତର ପଇଦା ବନ୍ଧ ନାଳ ନିକଟରେ ବୁଧବାର ଏକ ଜନନୀ ଏକ୍ସପ୍ରେସ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିବାବେଳେ ଚାଳକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ପାଟଣାରୁ ଧାନବେଣୀ ରାସ୍ତା ଦେଇ ଖଡ଼ିକାପଦା ଅଭିମୁଖେ ଜଣେ ଗର୍ଭବତୀଙ୍କୁ ଡାକ୍ତରଖାନା ନେବାକୁ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିବା ଦେଖିବାକୁ ମିଳିଛି।

ସୂଚନାଯୋଗ୍ୟ, ଏହି ଜନନୀ ଏକ୍ସପ୍ରେସରେ କୌଣସି ରୋଗୀ ନ ଥିବାବେଳେ ଚାଳକଜଣକ ମଦ୍ୟପାନ କରି ଗାଡ଼ି ଚଳାଉଥିବାରୁ ଏହି ଦୁର୍ଘଟଣା ଘଟିଥିବା ଘଟଣାସ୍ଥଳରେ ଉପସ୍ଥିତ ଜନସାଧାରଣଙ୍କ ମଧ୍ୟରେ ଚର୍ଚ୍ଚା ହେଉଛି। ଡ୍ରାଇଭର ଜଣକ ମିରିଗିଖୋଜି ଗ୍ରାମପଞ୍ଚାୟତ କଟାବେଡ଼ା ଗ୍ରାମର ଦୟାନିଧି ମହାନ୍ତ ବୋଲି ଜଣା ପଡ଼ିଛି। ଘଟଣା ସ୍ଥଳରେ ପାଟଣା ପୁଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories