www.samajalive.in
Friday, December 12, 2025
23.1 C
Bhubaneswar

ପାଣ୍ଡିଆନ ଭଲ କାମ କରିଛନ୍ତି, ତାଙ୍କୁ ବଦନାମ୍ କରାନଯାଉ: ନବୀନ

ଭୁବନେଶ୍ବର : ପୂର୍ବତନ ୫ଟି ଅଧ୍ୟକ୍ଷ ଥିବା ଭିକେ ପାଣ୍ଡିଆନଙ୍କ ସପକ୍ଷରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ପାଣ୍ଡିଆନଙ୍କୁ ଟାର୍ଗେଟ୍ କରୁଥିବା ନେତାଙ୍କୁ ନବୀନ କଡ଼ା ଜବାବ ଦେଇଛନ୍ତି । ନବୀନ ନିବାସରେ ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ‘ଭିକେ ପାଣ୍ଡିଆନ କେବଳ ଦଳ ପାଇଁ ନୁହେଁ ବରଂ ରାଜ୍ୟ ପାଇଁ ମଧ୍ୟ ଅନେକ କାମ କରିଛନ୍ତି । ତାଙ୍କୁ କୌଣସି ପ୍ରକାର ବଦନାମ କରାଯିବା ଉଚିତ୍ ନୁହେଁ । ସେ ପ୍ରାୟ ୧୦ ମାସ ତଳୁ ପାର୍ଟି ଛାଡ଼ି ସାରିଛନ୍ତି । ସେ କୌଣସି ଦଳୀୟ କାର୍ଯ୍ୟରେ ସାମିଲ ନାହାନ୍ତି । ଦଳୀୟ କାର୍ଯ୍ୟକ୍ରମରେ ତାଙ୍କର କୌଣସି ଭୂମିକା ନାହିଁ। ଏହା ସହିତ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପାଣ୍ଡିଆନଙ୍କୁ ସମାଲୋଚନା କରିଥିବା ପ୍ରଭାତ ତ୍ରିପାଠୀଙ୍କ ପ୍ରତି କଡ଼ା ମନ୍ତବ୍ୟ ଦେଇଛନ୍ତି । ସେ କହିଛନ୍ତି ପ୍ରଭାତ ତ୍ରିପାଠୀ ପୂର୍ବରୁ ଦଳରୁ ବିଦା ହୋଇଥିଲେ । ଚିଟଫଣ୍ଡ ମାମଲାରେ ପୂର୍ବରୁ ପ୍ରଭାତ ଜେଲ୍‌ ଯାଇଛନ୍ତି । ପ୍ରଭାତ ତ୍ରିପାଠୀ ବିଜେଡିର କିଛି ନୁହଁନ୍ତି ବୋଲି ସେ କହିଛନ୍ତି । ଅନ୍ୟପଟେ ଆଜି ବିଜେଡି ପକ୍ଷରୁ ବିଭିନ୍ନ ହୋଟେଲରେ ବସିଥିବା ନେତାଙ୍କ ବୈଠକକୁ ନାପସନ୍ଦ କରିଛନ୍ତି ନବୀନ । ବୈଠକ ପାଇଁ ଶଙ୍ଖଭବନ ଥିବା ସେ କହିଛନ୍ତି ।

Hot this week

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

ଫେବୃଆରୀ ୧୨ରେ ବାଂଲାଦେଶ ନିର୍ବାଚନ

ଢାକା,୧୧ା୧୨: ଆସନ୍ତା ବର୍ଷ ଫେବୃଆରୀ ୧୨ ତାରିଖରେ ବାଂଲାଦେଶ ନ୍ୟାସନାଲ ଆସେମ୍ବ୍ଲି...

Related Articles

Popular Categories